Latest Odisha News

BREAKING NEWS

ଆଜି ପାଳନ ହେବ ଅତିବଡୀ ଜଗନ୍ନାଥ ଦାସଙ୍କ ଜୟନ୍ତୀ

ଭୁବନେଶ୍ୱର : ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ, ଓଡ଼ିଶା ସାହିତ୍ୟ ଏକଡେମୀ ପକ୍ଷରୁ ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ,  ଆଜି ଓଡ଼ିଆ ଭାଗବତକାର ଅତିବଡୀ ଜଗନ୍ନାଥ ଦାସଙ୍କ ଜୟନ୍ତୀ ପାଳନ କରାଯିବ।

ଏହି କାର୍ଯ୍ୟକ୍ରମରେ ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଞ୍ଜୟ କୁମାର ଦାସବର୍ମା , କମିଶନର ତଥା ଶାସନ ସଚିବ ସୁରେଶ ଚନ୍ଦ୍ର ଦଳାଇ , ଅତିରିକ୍ତ ଶାସନ ସଚିବ ରଞ୍ଜନ କୁମାର ଦାସ , ଓଡ଼ିଶା ସାହିତ୍ୟ ଏକାଡେମୀ ସଭାପତି ହୃଷିକେଶ ମଲ୍ଲିକ ଏବଂ ଓଡ଼ିଶା ସାହିତ୍ୟ ଏକାଡେମୀର ଉପ ସଭାପତି ସଂଗ୍ରାମ ଜେନା ପ୍ରମୁଖ ଯୋଗ ଦେବେ ବୋଲି ସୂଚନା ଦିଆଯାଇଛି।

ଏହି କାର୍ଯ୍ୟକ୍ରମରେ ପ୍ରାତଃ ସମୟରେ ସଂସ୍କୃତି ଭବନ ପରିସରରେ ଅତିବଡୀ ଜଗନ୍ନାଥ ଦାସଙ୍କ ପ୍ରତିମୂର୍ତ୍ତିରେ ମଲ୍ୟାର୍ପଣ କରାଯିବ ଏବଂ ସନ୍ଧ୍ୟାରେ ଭାଗବତ ପାଠ ସହ ସାରସ୍ୱତ ଆସର ହେବ ବୋଲି ଓଡ଼ିଆ ଭାଷା ଓ ସଂସ୍କୃତି ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Leave A Reply

Your email address will not be published.