Latest Odisha News

ମୁଖ୍ୟମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା

ଭୁବନେଶ୍ୱର: ୭୬ ବର୍ଷରେ ପାଦ ଥାପିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଚାରିଆଡୁ ତାଙ୍କୁ ଶୁଭେଚ୍ଛାର ସୁଅ ଛୁଟୁଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟ୍ୱିଟ୍ କରି ଶୁଭେଚ୍ଛା ଜଣାଇଛନ୍ତି । ଟ୍ୱିଟ୍ କରି ପ୍ରଧାନମନ୍ତ୍ରୀ ନବୀନଙ୍କ ଦୀର୍ଘ ଜୀବନ କାମନା କରିବା ସହ ଓଡ଼ିଶାବାସୀଙ୍କ ସେବା କରିଚାଲନ୍ତୁ ବୋଲି ଲେଖିଛନ୍ତି ।

ସେହିପରି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ବି ଟ୍ୱିଟ୍ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି । ମହାପ୍ରଭୁଙ୍କ ଆଶୀର୍ବାଦରୁ ତାଙ୍କୁ ଜୀବନ ନିରାମୟ ଓ ସୁଖମୟ ହେଉ ବୋଲି କାମନା କରିଛନ୍ତି ରାଜ୍ୟପାଳ ।

ସେହିପରି କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ଅଶ୍ୱିନୀ ବୈଷ୍ଣବ ବି ଟ୍ୱିଟ୍ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଜନ୍ମଦିନରେ ଶୁଭେଚ୍ଛା ଜଣାଇବା ସହ ଦୀର୍ଘ ଓ ନିରାମୟ ଜୀବନ କାମନା କରିଛନ୍ତି ।

Leave A Reply

Your email address will not be published.