Latest Odisha News

BREAKING NEWS

ବିଷ୍ଣୁ ସେଠୀଙ୍କ ଅକାଳ ବିୟୋଗ ବିଜେପି ପରିବାର ପାଇଁ ଅପୂରଣୀୟ କ୍ଷତି: ସମୀର ମହାନ୍ତି

ଭୁବନେଶ୍ୱର : ରାଜ୍ୟ ବିଧାନସଭାର ବିରୋଧୀ ଦଳ ଉପନେତା ତଥା ଧାମନଗର ବିଧାୟକ ବିଷ୍ଣୁ ଚରଣ ସେଠୀ ଙ୍କ ବିୟୋଗରେ ରାଜ୍ୟ ବିଜେପି ତରଫରୁ ଗଭୀର ଶୋକ ବ୍ୟକ୍ତ କରାଯାଇଛି । ସାରା ଓଡିଶା ସମେତ ଏବଂ ଭଦ୍ରକବାସୀଙ୍କ ସ୍ୱାର୍ଥ ପାଇଁ ସଦା ଚିନ୍ତିତ ଓ କାର୍ଯ୍ୟ କରୁଥିବା ସ୍ୱର୍ଗତଃ ବିଷ୍ଣୁ ସେଠୀଙ୍କ ଅକାଳ ବିୟୋଗ ଅତ୍ୟନ୍ତ ଦୁଃଖଦାୟକ ଏବଂ ବିଜେପି ପରିବାର ପାଇଁ ଅପୂରଣୀୟ କ୍ଷତି , ଏହା କହିଛନ୍ତି ରାଜ୍ୟ ସଭାପତି ସମୀର ମହାନ୍ତି । ପାର୍ଟିକୁ ତୃଣମୁଳ ସ୍ତରରେ ସାଂଗଠନିକ କାର୍ଯ୍ୟକୁ ସୁଦୃଢ କରିବାରେ ତାଙ୍କ ଅବଦାନ ଚିର ସ୍ମରଣୀୟ ହୋଇରହିବ । ଏପରିକି ସାହିତ୍ୟ କ୍ଷେତ୍ରରେ ମଧ୍ୟ ତାଙ୍କ ଅବଦାନ ଅନେକ ରହିଛି । ସ୍ୱର୍ଗତଃ ସେଠୀଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହିତ ଏଭଳି ଦୁଖଦଃ ସମୟରେ ଶୋକସନ୍ତପ ପରିବାରବର୍ଗ ଏବଂ ବନ୍ଧୁଜନଙ୍କୁ ଅସୀମ ଧର୍ଯ୍ୟ ପ୍ରଦାନ କରିବା ପାଇଁ ପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ  ସମୀର ମହାନ୍ତି ପ୍ରାର୍ଥନା କରିଛନ୍ତି ।

ରାଷ୍ଟ୍ରବାଦୀ ବିଚାରାଧାରେ ଅନୁପ୍ରାଣିତ ହୋଇ ଛାତ୍ର ଜୀବନରୁ ରାଜନୀତିକୁ ଆସିଥିବା ସ୍ୱର୍ଗତଃ ସେଠୀ ଭାରତୀୟ ଜନତା ପାର୍ଟୀର ସାଧାରଣ କାର୍ଯ୍ୟକର୍ତା ଭାବେ କାର୍ଯ୍ୟ କରିଆସୁଥିଲେ । ୨୦୦୦ ରୁ ୨୦୦୪ମସିହା ପର୍ଯ୍ୟନ୍ତ ଚାନ୍ଦବାଲି ନିର୍ବାଚନ ମଣ୍ଡଳୀରୁ ବିଧାୟକଭାବେ ନିର୍ବାଚିତ ହୋଇଥିବା ସ୍ୱର୍ଗତଃ ସେଠୀ ୨୦୧୯ ମସିହାରେ ଧାମନଗର ନିର୍ବାଚନ ମଣ୍ଡଳୀରୁ ବିଧାନସଭାକୁ ନିର୍ବାଚିତ ହୋଇ ବିରୋଧୀ ଦଳ ଉପନେତା ଭାବେ ଦାୟୀତ୍ୱ ନିର୍ବାହ କରୁଥିଲେ ।

ସ୍ୱର୍ଗତଃ ସେଠୀ ଚିକିତ୍ସାଧୀନ ଅବସ୍ଥାରେ ମାତ୍ର ୬୧ ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ରାଜ୍ୟ କାର୍ଯ୍ୟାଳୟରେ ତାଙ୍କ ପାର୍ଥୀବ ଶରୀରରେ ରାଜ୍ୟ ସଭାପତି ଶ୍ରୀ ମହାନ୍ତି ଦଳୀୟ ପତାକା ପ୍ରଦାନ କରି ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରିଥିଲେ ।

ରାଜ୍ୟ ପ୍ରଭାରୀ ଡି.ପୁରେନ୍ଦଶ୍ୱରୀ, ଓଡିଶା ଗସ୍ତରେ ଥିବା ରାଷ୍ଟ୍ରୀୟ ସାଧାରଣ ସମ୍ପାଦକ ଦୁଷ୍ମନ୍ତ କୁମାର ଗୌତମ, ରାଜ୍ୟ ସାଧାରଣ ସଂପାଦକ ଶ୍ରୀ ମାନସ କୁମାର ମହାନ୍ତି, ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ମାଝୀ, ବରିଷ୍ଠ ନେତା ମନମୋହନ ସାମଲ, ସୁରମା ପାଢୀ, ବିଧାୟକ ଭାସ୍କର ମଢେଇ, ଲଲିତେନ୍ଦୁ ବିଦ୍ୟାଧର ମହାପାତ୍ର, ନାଉରୀ ନାଏକ, ରାଜ୍ୟ ଉପସଭାପତି ଭୃଗୁ ବକ୍ସିପାତ୍ର, ପ୍ରଭାତୀ ପରିଡା, ଅନୀତା ଶୁଭଦର୍ଶନୀ ପଟ୍ଟନାୟକ, ରାଜ୍ୟ ସାଧାରଣ ସମ୍ପାଦକ ଗୋଲକ ମହାପାତ୍ର, ଡ.ଲେଖାଶ୍ରୀ ସାମନ୍ତସିଂହାର, ରାଜ୍ୟ ମୁଖପାତ୍ର ସୁଦୀପ୍ତ ରାୟ, ବିରଂଚି ତ୍ରିପାଠୀ, ରମାରଂଜନ ବଳିୟାରସିଂହ, ଡ.ଯତୀନ ମହାନ୍ତି, ଠାକୁର ରଣଜିତ୍ ଦାସ, ମହିଳା ମୋର୍ଚ୍ଚା ରାଜ୍ୟ ସଭାପତି ସ୍ମୃତି ପଟ୍ଟନାୟକ, ଯୁବମୋର୍ଚ୍ଚା ରାଜ୍ୟ ସଭାପତି ଇରାସିସ୍ ଆଚାର୍ଯ୍ୟ, ଓବିସି ମୋର୍ଚ୍ଚା ରାଜ୍ୟ ସଭାପତି ସୁରଥ ବିଶ୍ୱାଳ ପ୍ରମୁଖଙ୍କ ସମେତ ବହୁ କାର୍ଯ୍ୟକର୍ତା ଉପସ୍ଥିତ ରହି ଶେଷଦର୍ଶନ କରିବା ସହିତ ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରିଥିଲେ । ସ୍ୱର୍ଗତଃ ସେଠୀଙ୍କ ପାର୍ଥୀବ ଶରୀରକୁ ତାଙ୍କ ଜନ୍ମସ୍ଥାନ ଭଦ୍ରକ ଜିଲ୍ଲା ମଙ୍ଗରାଜପୁର ଅଣାଯାଇ ଶେଷକୃତ ସଂପନ୍ନ କରାଯାଇଥିଲା ।

ସ୍ୱର୍ଗତଃ ସେଠୀଙ୍କ ଅକାଳ ବିୟୋଗରେ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୈାପଦୀ ମୁର୍ମୁ, ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି, ରାଷ୍ଟ୍ରୀୟ ସଭାପତି ଶ୍ରୀ ଜେ.ପି.ନଡ୍ଡା, କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍ ଶାହା, କେନ୍ଦ୍ରମନ୍ତ୍ରୀ ନିତିନ ଗଡକରୀ, ଧର୍ମେନ୍ଦ୍ର ପ୍ରଧାନ, ଅଶ୍ୱିନୀ ବୈଷ୍ଣବ, ବିଶେଶ୍ୱର ଟୁଡୁ, ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର, ରାଷ୍ଟ୍ରୀୟ ଉପସଭାପତି ବୈଜୟନ୍ତ ପଣ୍ଡା, ରାଷ୍ଟ୍ରୀୟ ମୁଖପାତ୍ର ଡ.ସମ୍ବିତ ପାତ୍ର, ପୂର୍ବତନ ରାଜ୍ୟ ସଭାପତି ତଥା ସାଂସଦ ଜୁଏଲ ଓରାମ, ସୁରେଶ ପୁଜାରୀ, କେ.ଭି.ସିଂହଦେଓ, ବସନ୍ତ ପଣ୍ଡା, ପ୍ରତାପ ଷଡଙ୍ଗୀ ପ୍ରମୁଖ ସ୍ୱର୍ଗତଃ ସେଠୀଙ୍କ ବିୟୋଗରେ ଶୋକ ବ୍ୟକ୍ତ କରିଛନ୍ତି ।

Leave A Reply

Your email address will not be published.