Latest Odisha News

BREAKING NEWS

ଆଇଏଏସ ସ୍ତରରେ ଅଦଳବଦଳ: ମନୋଜ କୁମାର ସାହୁଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସଚିବ ଦାୟିତ୍ଵ

ଭୁବନେଶ୍ବର: ଆଇଏଏସ ସ୍ତରରେ ହୋଇଛି ଅଦଳବଦଳ। ଆଇଏଏସ ମନୋଜ କୁମାର ସାହୁ ମିଳିଛି ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ ଦାୟିତ୍ବ। ପୂର୍ବରୁ ସେ କେନ୍ଦ୍ର ଉପ (ଡେପୁଟି) ନିର୍ବାଚନ କମିଶନର ଭାବେ କାର୍ଯ୍ୟରତ ଥିଲେ। ୨୦୦୬ ବ୍ୟାଚ୍‌ର ଆଇଏଏସ୍‌ ମନୋଜ କୁମାର ସାହୁ ଅରୁଣାଚଳ ପ୍ରଦେଶ, ଗୋଆ, ମିଜୋରାମ ଏବଂ କେନ୍ଦ୍ରଶାସିତ ଅଞ୍ଚଳର କ୍ୟାଡର୍‌ ଅଧିକାରୀ।

ସୂଚନାଥାଉକି, ବିଜେପି ସରକାର ଗଠନ ହେବା ପରଠାରୁ  ଆଇଏଏସ ମନୋଜ କୁମାର ସାହୁ ଓଡ଼ିଶା ଆସିବା ନେଇ ଚର୍ଚ୍ଚା ହେଉଥିଲା । ଏବେ ଜରୁରୀ ଭାବେ ତାଙ୍କୁ ଡେପୁଟେସନରେ ଅଣାଯାଉଥିବାରୁ ଗୁରୁତ୍ୱପୂର୍ଣ୍ଣ  ପଦବୀ ଦିଆଯିବା ନେଇ ଆଲୋଚନା ମଧ୍ୟ ହେଉଥିଲା। ତେବେ  ମନୋଜ କୁମାର ସାହୁ ଜଗତସିଂହପୁର ଜିଲ୍ଲା ବାଲିକୁଦା ବ୍ଲକର ସିଙ୍ଗାରପୁର ଗ୍ରାମର ବାସିନ୍ଦା। ସେ ବିଭିନ୍ନ ଜିଲ୍ଲାରେ ଜିଲ୍ଲାପାଳ ଭାବରେ ଦାୟିତ୍ୱ ତୁଲାଇବା ସହିତ କେନ୍ଦ୍ର ଜଳ ଶକ୍ତି ମନ୍ତ୍ରଣାଳୟରେ ‘ହର ଘର୍ ଜଲ୍‌’ କାର୍ଯ୍ୟକ୍ରମରେ କାମ କରି ଖୁବ୍ ପ୍ରଶଂସିତ ହୋଇଛନ୍ତି।

ଉଲ୍ଲେଖଯୋଗ୍ୟ, କେନ୍ଦ୍ରୀୟ ଡେପୁଟେସନରୁ ଫେରିଥିବା ୧୯୯୭ ବ୍ୟାଚର ବରିଷ୍ଠ ଆଇଏଏସ ସଞ୍ଜୀବ କୁମାର ମିଶ୍ରଙ୍କୁ ରାଜ୍ୟ ସରକାର ଏସସି-ଏସଟି, ସଂଖ୍ୟାଲଘୁ ଏବଂ ପଛୁଆ ବର୍ଗର ବିକାଶ ବିଭାଗର ପ୍ରମୁଖ ସଚିବ ଭାବେ ନିଯୁକ୍ତ ହୋଇଛନ୍ତି। ଏହା ସହ ସେ ସାମାଜିକ ସୁରକ୍ଷା ଏବଂ ଭିନ୍ନ କ୍ଷମ ସଶକ୍ତିକରଣ, ଓଡ଼ିଶା ଭାଷା ସାହିତ୍ୟ ଏବଂ ସଂସ୍କୃତି ବିଭାଗର ପ୍ରମୁଖ ସଚିବ ଭାବେ ଅତିରିକ୍ତ ଦାୟିତ୍ବ ତୁଲାଇବେ।

ଅନ୍ୟପଟେ ଆଇଏଏସ୍‌ ବିଷ୍ଣୁପଦ ସେଠୀଙ୍କୁ ବଦଳି କରିଛନ୍ତି ରାଜ୍ୟ ସରକାର। ପ୍ରମୁଖ ସଚିବ ପଦବୀରେ ଥିବା ବିଷ୍ଣୁପଦ ସେଠୀଙ୍କୁ ସାଧାରଣ ପ୍ରଶାସନ ଓ ଅଭିଯୋଗ ଓଏଏସ୍‌ଡି ଭାବେ ନିଯୁକ୍ତି ମିଳିଛି। ୧୯୯୫ ବ୍ୟାଚ୍‌ର ଆଇଏଏସ୍‌ ଶ୍ରୀ ସେଠୀଙ୍କୁ ବଦଳି ହୋଇଥିଲେ ମଧ୍ୟ ପ୍ରମୁଖ ସଚିବ ପାହ୍ୟା ବଜାୟ ରହିବ। ଏନେଇ ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ପ୍ରକାଶ ପାଇଛି ବିଜ୍ଞପ୍ତି। ପ୍ରକାଶ ପାଇଥିବା ବିଜ୍ଞପ୍ତି ଅନୁସାରେ, ୧୯୯୫ ବ୍ୟାଚ୍ ଆଇଏଏସ୍ ବିଷ୍ଣୁପଦ ସେଠୀଙ୍କୁ ରାଜ୍ୟ ଅନୁସୂଚିତ ଜାତି, ଜନଜାତି ବିଭାଗ, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ, ଓଡ଼ିଆ ଭାଷାସାହିତ୍ୟ ଓ ସଂସ୍କୃତି ବିଭାଗର ପ୍ରମୁଖ ସଚିବ ପଦରୁ ହଟାଇ ଦିଆଯାଇଛି।

 

Leave A Reply

Your email address will not be published.