Latest Odisha News

BREAKING NEWS

ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ ହେଲେ ସହକାରୀ ନିର୍ବାହୀ ଯନ୍ତ୍ରୀ

ଜୟପୁର: ଗିରଫ ହେଲେ ସହକାରୀ ନିର୍ବାହୀ ଯନ୍ତ୍ରୀ। ଭିଜିଲାନ୍ସ ଅଧିକାରୀମାନେ ଆଜି ବିଶ୍ୱନାଥ ପାତ୍ରଙ୍କୁ ଗିରଫ କରିଛନ୍ତି । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ସହକାରୀ ନିର୍ବାହୀ ଯନ୍ତ୍ରୀ ବିଶ୍ୱନାଥ ପାତ୍ରଙ୍କ ଘର ସମେତ ବିଭିନ୍ନ ସ୍ଥାନରେ ଚଢ଼ାଉ କରିଥିଲା ଭିଜିଲାନ୍ସ । ଜୟପୁରରେ ଥିବା ତିନି ମହଲା ଘର, ଗଞ୍ଜାମ ବେଲଗୁଣ୍ଠାରେ ଥିବା ଦୁଇ ମହଲା ପୈତୃକ ଘର, ଭୁବନେଶ୍ୱର ନିଳାଦ୍ରୀ ବିହାର ସ୍ଥିତ ସମ୍ପର୍କୀୟ ଘରେ, ଜୟପୁର ବ୍ଲକରେ ଥିବା କାର୍ଯ୍ୟାଳୟ, ଜୟପୁର ମୁନିସିପାଲିଟିରେ ଥିବା କାର୍ଯ୍ୟାଳୟରେ ହୋଇଥିଲା ଚଢାଉ ।

୨୦୧୬ ରୁ ନିୟମିତ ଚାକିରିରେ ଥିଲେ ନିର୍ବାହୀ ଯନ୍ତ୍ରୀ ବିଶ୍ୱନାଥ ପାତ୍ର। ଚଢ଼ାଉ ବେଳେ ୧ କୋଟି ଟଙ୍କାର ଜମା ଠାବ ହୋଇଥିଲା। ୧ କୋଟି ୫୫ ଲକ୍ଷ ଟଙ୍କାର ଘର ସହ ଦୁଇଟା କୋଠା ଓ ୧୮ ପ୍ଲଟର ମାଲିକ ବିଶ୍ୱନାଥ ପାତ୍ର। ସେହିପରି ଭୁବନେଶ୍ୱର ପ୍ରାଇମ ଲୋକେସନରେ ରହିଛି ୬ଟି ପ୍ଲଟ, ୮୫୦ ଗ୍ରାମ ସୁନା ଅଳଙ୍କାର ଠାବ କରିଥିଲା ଭିଜିଲାନ୍ସ। ୧୮୦୦ ଗ୍ରାମର ରୁପା ସହ ୭ ଲକ୍ଷ ୭୦ ହଜାର ଟଙ୍କାର ଘରକରଣ ସାମଗ୍ରୀ ଜବତ କରିଥିଲା ଭିଜିଲାନ୍ସ ଟିମ୍।

୨୦୧୧ ରେ ଆଡ଼ହକ ଆସିଷ୍ଟାଣ୍ଡ ଇଂଜିନିୟର ଭାବେ ଯୋଗ ଦେଇଥିଲେ। ସେତେବେଳେ ମାତ୍ର ୧୪ ହଜାର ଟଙ୍କା ଥିଲା ଦରମା । ୨୦୧୬ ରେ ଓପିଏସସି ଦେଇ ନିୟମିତ ହୋଇଥିଲେ। ତେବେ ୮ ବର୍ଷର ନିୟମିତ ଚାକିରିରେ ଅମାପ ସମ୍ପତ୍ତିର ମାଲିକ ଥିଲେ ନିର୍ବାହୀ ଯନ୍ତ୍ରୀ ବିଶ୍ୱନାଥ ପାତ୍ର।

Leave A Reply

Your email address will not be published.