Latest Odisha News

BREAKING NEWS

୬ ନେତାଙ୍କୁ ୩୦ ଜିଲ୍ଲାର ବରିଷ୍ଠ ପର୍ଯ୍ୟବେକ୍ଷକ ଦାୟିତ୍ୱ ଦେଲା ବିଜେଡି

ଭୁବନେଶ୍ୱର: ବରିଷ୍ଠ ନେତାଙ୍କୁ ବିଜେଡି ସଂଗଠନରେ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ । ୬ ଜଣ ନେତାଙ୍କୁ ବିଭିନ୍ନ ଜିଲ୍ଲା ପାଇଁ ସିନିୟର ପର୍ଯ୍ୟବେକ୍ଷକ ଭାବରେ ନିଯୁକ୍ତି ଦେଇଛି ଦଳ । ବିକ୍ରମ କେଶରୀ ଆରୁଖଙ୍କୁ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା ଓ ଗଜପତି ଜିଲ୍ଲାର ବରିଷ୍ଠ ପର୍ଯ୍ୟବେକ୍ଷକ ଭାବରେ ନିଯୁକ୍ତି ଦେଇଛି ବିଜେଡି । ସେହିପରି ଦେବୀ ପ୍ରସାଦ ମିଶ୍ର ତୁଲାଇବେ ଗଞ୍ଜାମ, ନୟାଗଡ଼, କନ୍ଧମାଳ, ଖୋର୍ଦ୍ଧା ଓ ପୁରୀ ଜିଲ୍ଲାର ସିନିୟର ପର୍ଯ୍ୟବେକ୍ଷକ ଦାୟିତ୍ୱ ।

ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗିର, ବରଗଡ଼ ଜିଲ୍ଲା ପାଇଁ ନିରଞ୍ଜନ ପୂଜାରୀଙ୍କୁ ନିଯୁକ୍ତି ଦେଇଛି ଦଳ । ସୌମ୍ୟରଞ୍ଜନ ପଟ୍ଟନାୟକ ତୁଲାଇବେ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ୱଲପୁର, ସୋନପୁର, ଦେବଗଡ଼, ଅନୁଗୋଳ ଓ ଢେଙ୍କାନାଳ ଜିଲ୍ଲାର ସିନିୟର ପର୍ଯ୍ୟବେକ୍ଷକ ଦାୟିତ୍ୱ ।

ପ୍ରସନ୍ନ ଆଚାର୍ଯ୍ୟଙ୍କୁ କଟକ, ଜଗତସିଂପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାର ବରିଷ୍ଠ ପର୍ଯ୍ୟବେକ୍ଷକ ଭାବରେ ନିଯୁକ୍ତି ମିଳିଛି । ସେହିପରି ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାର ସିନିୟର ପର୍ଯ୍ୟବେକ୍ଷକ ଦାୟିତ୍ୱ ବରିଷ୍ଠ ନେତା ମହେଶ୍ୱର ମହାନ୍ତିଙ୍କୁ ଦେଇଛି ବିଜେଡି । ନିର୍ଦ୍ଦେଶନାମାରେ ମୋହର ମାରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ।

Leave A Reply

Your email address will not be published.