Latest Odisha News

BREAKING NEWS

କୋରାପୁଟରେ ମୁଖ୍ୟମନ୍ତ୍ରୀଙ୍କ ହାଇଭୋଲଟେଜ୍ ପ୍ରଚାର, କହିଲେ ମିଛ କହୁଛନ୍ତି ବିରୋଧି

କୋରାପୁଟ: କୋରାପୁଟରେ ମୁଖ୍ୟମନ୍ତ୍ରୀଙ୍କ ହାଇଭୋଲଟେଜ୍ ପ୍ରଚାର । କୋରାପୁଟ ଓଏମ୍‌ପି ପଡ଼ିଆରେ ଆୟୋଜିତ ନିର୍ବାଚନୀ ସଭାରେ ମୁଖ୍ୟମନ୍ତ୍ରୀ ଯୋଗଦେଇ ଓଡ଼ିଶାର ବିକାଶ ପାଇଁ ବିଜୁ ଜନତା ଦଳର ଏମ୍‌ପି ଏବଂ ଏମ୍‌ଏଲ୍‌ଏ ପ୍ରାର୍ଥୀଙ୍କୁ ଶଙ୍ଖ ଚିହ୍ନରେ ଭୋଟ ଦେବାକୁ ଜନସାଧାରଣଙ୍କୁ ନିବେଦନ କରିଛନ୍ତି ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ବିରୋଧିଙ୍କୁ ଟାର୍ଗେଟ କରି କହିଛନ୍ତି ଯେ, ରାଜ୍ୟରେ ବିଏସକେୱାଇ ଯୋଜନା, ମମତା ଯୋଜନା, ଲକ୍ଷ୍ମୀ ବସ୍ ଯୋଜନା, ମିଶନ୍ ଶକ୍ତି, ପିଲାଙ୍କ ଶିକ୍ଷା ପାଇଁ ଛାତ୍ର ବୃତ୍ତି ବ୍ୟବସ୍ଥା, ଚାଷୀଙ୍କ ପାଇଁ କାଳିଆ ଯୋଜନା ସଫଳ ହେବା ପରେ ବି ବିରୋଧୀ ଏହାକୁ ଗ୍ରହଣ କରୁନାହାଁନ୍ତି । ବିରୋଧୀ ନେତା ମିଛ କହୁଛନ୍ତି । ବିରୋଧୀ ନେତାମାନେ କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ନିର୍ବାଚନୀ ସଭାରେ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନଙ୍କ ସହ କୋରାପୁଟ ଲୋକ ସଭା ପ୍ରାର୍ଥୀ କୌଶଲ୍ୟା ହିକ୍କା, କୋରାପୁଟ ବିଧାୟକ ପ୍ରାର୍ଥୀ ରଘୁରାମ ପଡାଲ, ଲକ୍ଷ୍ମୀପୁର ବିଧାୟକ ପ୍ରାର୍ଥୀ ପ୍ରଭୁ ଜାନି, ପଟ୍ଟାଙ୍ଗୀ ବିଧାୟକ ପ୍ରାର୍ଥୀ ପ୍ରଫୁଲ୍ଲ ପାଙ୍ଗି, ଜୟପୁର ବିଧାୟକ ପ୍ରାର୍ଥତ୍ନୀ ଇନ୍ଦିରା ନନ୍ଦ, ଜିଲା ସଭାପତି ଝିନ ହିକ୍‌କା ପ୍ରମୁଖ ଉପସ୍ଥିତ ଥିଲେ।

Leave A Reply

Your email address will not be published.