ଭୁବନେଶ୍ବର: ବୁଧବାର ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ସଭାପତିତ୍ୱରେ ଶଙ୍ଖ ଭବନରେ ବିଜେଡି ବିଧାୟକ ଦଳ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଶ୍ରୀ ପଟ୍ଟନାୟକ କହିଲେ ଯେ ଡବଲ ଇଞ୍ଜିନ ସରକାର ୮ ମାସ ହେଲା ଦାୟିତ୍ୱ ନେଲଣି, କିନ୍ତୁ ତାଙ୍କ ଦୃଷ୍ଟିଭଙ୍ଗୀ ଓ କାର୍ଯ୍ୟଧାରାରେ ଓଡିଶା ତଥା ଓଡିଶାବାସୀଙ୍କ ସ୍ୱାର୍ଥର ସୁରକ୍ଷା ପ୍ରତିଫଳିତ ହେଉ ନାହିଁ । କେନ୍ଦ୍ର ବଜେଟ୍ ଠାରୁ ଆରମ୍ଭ କରି ରେଳ ବଜେଟ୍, ପୋଲାବରମ, ମହାନଦୀ, ପୂର୍ବତଟ ରେଳ, ସ୍ୱତନ୍ତ୍ର ରାଜ୍ୟ ପାହ୍ୟା ଆଦି ବିଭିନ୍ନ କ୍ଷେତ୍ରରେ ଓଡିଶାର ସ୍ୱାର୍ଥ ଉପେକ୍ଷିତ ।
ସେହିପରି ଧାନ ସଂଗ୍ରହ ପ୍ରକ୍ରିୟା, ଅଦିନିଆ ବର୍ଷା କ୍ଷତିଗ୍ରସ୍ତ ଚାଷୀଙ୍କୁ କ୍ଷତିପୂରଣ, ଆର୍ଥିକ କୁପରିଚାଳନା ତଥା ମିଶନ ଶକ୍ତି ଗୋଷ୍ଠୀଙ୍କ ସମସ୍ୟା ଆଇନ ଶୃଙ୍ଖଳା ଆଦି ବିଭିନ୍ନ ପ୍ରସଙ୍ଗ ରେ ରାଜ୍ୟ ସରକାରଙ୍କ ଅପାରଗତା ଜନ ଅସନ୍ତୋଷ ସୃଷ୍ଟି କରିଛି ବୋଲି ଶ୍ରୀ ପଟ୍ଟନାୟକ କହିଥିଲେ ।
ତେଣୁ ଏକ ଦାୟିତ୍ୱ ପୂର୍ଣ୍ଣ ବିରୋଧୀ ଦଳ ଭାବରେ ବିଜେଡି ଓଡିଶା ଓ ଓଡିଶାବାସୀଙ୍କ ସ୍ୱାର୍ଥର ସୁରକ୍ଷା ପାଇଁ ବିଜେଡି ବିଧାନସଭାରେ ଦୃଢ଼ ସ୍ୱର ଉଠାଇବ ବୋଲି ଶ୍ରୀ ପଟ୍ଟନାୟକ କହିଥିଲେ ।
Comments are closed.