Latest Odisha News

BREAKING NEWS

ପ୍ରଶାନ୍ତ ଜଗଦେବ ଘଟଣାରେ ଧରାପଡିଛି ଧର୍ମେନ୍ଦ୍ରଙ୍କ ଦୋମୁହାଁ ନୀତି: ବିଜେଡି

ଭୁବନେଶ୍ୱର: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଜବାବ ଦେଇଛି ବିଜେଡି । ରାଜ୍ୟରେ ଗଣତନ୍ତ୍ର ଶାସନକୁ ନେଇ କେନ୍ଦ୍ରମନ୍ତ୍ରୀ ପ୍ରଶ୍ନ ଉଠାଇଥିବାବେଳେ ଏହାର ଉତ୍ତର ରଖିବାକୁ ଯାଇ ବିଜେପିକୁ ପ୍ରଶ୍ନବାଣ ମାରିଛନ୍ତି ରାଜ୍ୟସଭା ସାଂସଦ ଡକ୍ଟର ସସ୍ମିତ ପାତ୍ର ।   ବିଜେଡିରୁ ବହିଷ୍କୃତ ନେତା ପ୍ରଶାନ୍ତ ଜଗଦ୍ଦେବଙ୍କ ପ୍ରସଙ୍ଗ ଉଠାଇ  ସାଂସଦ ଡକ୍ଟର ସସ୍ମିତ ପାତ୍ର  କହିଛନ୍ତି, ଜଣେ ବ୍ୟକ୍ତି  ଗୁଣ୍ଡାଗିରି ଏବଂ ଗୁଣ୍ଡାଗର୍ଦ୍ଦି ପାଇଁ ବିଜେଡିରୁ ବହିଷ୍କୃତ ହୋଇଥିଲାବେଳେ  ତାଙ୍କୁ ବିଜେପି କାହିଁକି ଗ୍ରହଣ କରୁଛି ? ଆପଣ ଓଡିଶାର ଲୋକଙ୍କୁ କିପରି ସାମ୍ନା କରିବେ ? ଗଣତନ୍ତ୍ର ବିଷୟରେ ଆପଣଙ୍କର ସମସ୍ତ କଥା କେବଳ ଲୋକ ଦେଖାଣିଆ ବୋଲି ଓଡିଶାବାସୀ ଜାଣିଥିବା ଡକ୍ଟର ପାତ୍ର କହିଛନ୍ତି ।

ରାଜ୍ୟସଭା ସାଂସଦ ଡକ୍ଟର ସସ୍ମିତ ପାତ୍ର ଆଜି ଗଣମାଧ୍ୟମକୁ କହିଛନ୍ତି ଯେ, ବିଜେଡି ସାଧାରଣ ଜୀବନରେ କୌଣସି ପ୍ରକାର ହିଂସା କିମ୍ବା ବାଧା ସୃଷ୍ଟି ଉପରେ ବିଶ୍ୱାସ କରେ ନାହିଁ । ଆମ ସୂଚନା ଅନୁଯାୟୀ ସେଭଳି କୌଣସି ଅଘଟଣ ଘଟି ନଥିଲା । ଯଦି ଏହା ଘଟିଥାନ୍ତା ତେବେ ବିଜେଡି ପ୍ରଥମେ ଏହାକୁ ନିନ୍ଦା କରିଥାନ୍ତା ।

ଉଦାହରଣ ଦେଇ ଡକ୍ଟର ପାତ୍ର କହିଛନ୍ତି,  ଚିଲିକାର ତତ୍କାଳୀନ ବିଜେଡି ବିଧାୟକ ପ୍ରଶାନ୍ତ ଜଗଦେବ ବିଜେପିର ବାଲୁଗାଁ ନଗର ମଣ୍ଡଳ ସଭାପତି  ନିରଞ୍ଜନ ସେଠୀଙ୍କୁ ୮ ସେପ୍ଟେମ୍ବର, ୨୦୨୧ରେ ବାଲୁଗାଁଠାରେ ଆକ୍ରମଣ କରିଥିଲେ । ମୁଖ୍ୟମନ୍ତ୍ରୀ ଶ୍ରୀ ଜଗଦେବଙ୍କୁ ତୁରନ୍ତ ଦଳରୁ ନିଲମ୍ବିତ କରିଥିଲେ । ପରେ ତାଙ୍କୁ  ମୁଖ୍ୟମନ୍ତ୍ରୀ  ଦଳରୁ ମଧ୍ୟ ବହିଷ୍କାର କରିଥିଲେ  । କାରଣଶ୍ରୀ ନବୀନ ପଟ୍ଟନାୟକ ଗୁଣ୍ଡାଗର୍ଦ୍ଦି ଉପରେ ବିଶ୍ୱାସ କରନ୍ତି ନାହିଁ ।

ତେବେ   ପ୍ରଶାନ୍ତ ଜଗଦେବଙ୍କୁ ଫୁଲମାଳ ପିନ୍ଧାଇ ଦଳରେ ସାମିଲ କରିବାକୁ ଯାଉଛନ୍ତି କେନ୍ଦ୍ରମନ୍ତ୍ରୀ  ।  ଏ କ୍ଷେତ୍ରରେ ଆପଣ ଓଡ଼ିଶାର ଲୋକମାନଙ୍କ ପାଇଁ କେଉଁ ଉଦାହରଣ ସୃଷ୍ଟି କରୁଛନ୍ତି ଏବଂ ଆପଣ ଓଡ଼ିଶାର ଲୋକଙ୍କୁ କି ବାର୍ତ୍ତା ଦେବାକୁ ଚାହାନ୍ତି ବୋଲି ପ୍ରଶ୍ନ କରିଛନ୍ତି ସାଂସଦ ପାତ୍ର ।  ଜଣେ ବ୍ୟକ୍ତି ଯିଏ ଗୁଣ୍ଡାଗିରି ଏବଂ ଗୁଣ୍ଡାଗର୍ଦ୍ଦି ପାଇଁ ବିଜେଡିରୁ ବହିଷ୍କୃତ ହୋଇଥିଲେ କେବଳ ରାଜନୈତିକ ଫାଇଦା ପାଇଁ ବିଜେଡି ତାଙ୍କୁ ଗ୍ରହଣ କରୁଛି କି? ଆପଣ ଓଡିଶାର ଲୋକଙ୍କୁ କିପରି ସାମ୍ନା କରିବେ ? ଗଣତନ୍ତ୍ର ବିଷୟରେ ଆପଣଙ୍କର ସମସ୍ତ କଥା କେବଳ ଲୋକ ଦେଖାଣିଆ ବୋଲି ଓଡିଶାବାସୀ ଜାଣିଥିବା ଡକ୍ଟର ପାତ୍ର କହିଛନ୍ତି ।

Leave A Reply

Your email address will not be published.