ଭୁବନେଶ୍ଵର:ପଞ୍ଚାୟତ ନିର୍ବାଚନ ପୂର୍ବରୁ ପ୍ରତି ଜିଲ୍ଲା ଗସ୍ତରେ ଯିବେ ବିଜେଡି ସଭାପତି ନବୀନ ପଟ୍ଟନାୟକ । ଅକ୍ଟୋବର, ନଭେମ୍ବରରୁ ଜିଲ୍ଲା ବୁଲିବେ ନବୀନ । ବିଧାୟକମାନଙ୍କ ସହ ବି ଏନେଇ ନବୀନ ଆଲୋଚନା କରିଛନ୍ତି। ଏନେଇ ବିଜେଡି ବିଧାୟକ ବିଶ୍ଵରଞ୍ଜନ ମଲ୍ଲିକ ସୂଚନା ଦେଇଛନ୍ତି।
ବିଜେଡି ବିଧାୟକ ବିଶ୍ବ ରଂଜନ ମଲ୍ଲିକ ସାଧାରଣ ନିର୍ବାଚନରେ ବିଜେଡି ଠାରୁ ଦୁରେଇ ଯାଇଥିବା ଲୋକଙ୍କୁ ଫେରାଇ ଆଣିବା ପାଇଁ ଉଦ୍ୟମ ହେଉଛି । ବିଜେଡି ସପକ୍ଷରେ ନିର୍ବାଚନ କେମିତି ଯିବ ସେନେଇ କାମ ଆରମ୍ଭ ହେଲାଣି । ଦଳୀୟ ବିଧାୟକଙ୍କ ଠାରୁ ଆରମ୍ଭ କରି ହାରିଥିବା ନେତା ମଧ୍ୟ କାମ ଆରମ୍ଭ କଲେଣି । ପଞ୍ଚାୟତ ସ୍ତରରେ ଯେଉଁମାନେ ଦୁର୍ନୀତି କରିଛନ୍ତି ଏବଂ ଲୋଭ ଓ ଲାଭରେ ଅଛନ୍ତି ସେମାନେ ଦଳ ଛାଡୁଛନ୍ତି । ସେମାନଙ୍କ ପାଇଁ ଦଳ ଉପରେ କିଛି ପ୍ରଭାବ ପଡିବ ନାହିଁ । ଯେଉଁମାନେ ଲୋକଙ୍କ ପାଇଁ କାମ କରୁଛନ୍ତି ସେମାନେ ଦଳ ସହିତ ଅଛନ୍ତି ।