ଭୁବନେଶ୍ୱର: ୟେସ୍ ବ୍ୟାଙ୍କରେ ଟଙ୍କା ଜମା କରାଯିବା ପ୍ରସଙ୍ଗରେ ବିଜେପି ଆଣିଥିବା ଅଭିଯୋଗର ଜବାବ ଦେଇଛି ବିଜେଡି । ସାମ୍ବାଦିକ ସମ୍ମିଳନୀରେ ବିଜେପିର ଅଭିଯୋଗକୁ ନିରାଧାର ବୋଲି କହିଲେ ବିଜେଡି ନେତା ସଂଜୟ ଦାସବର୍ମା । ବିଜେପିର ଅଭିଯୋଗ ରାଜନୈତିକ ଉଦ୍ଦେଶ୍ୟ ପ୍ରଣୋଦିତ । ବିଜେପି ମିଛରେ ବୟାନବାଜି କରୁଥିବା ଅଭିଯୋଗ କରିଛି ବିଜେଡି ।
ୟେସ୍ ବ୍ୟାଙ୍କରେ ଥିବା ଜଗନ୍ନାଥଙ୍କ ଟଙ୍କା ବାବଦରେ ରିଜର୍ଭ ବ୍ୟାଙ୍କ ଗଭର୍ଣ୍ଣର ସ୍ପଷ୍ଟିକରଣ ଦେଇଛନ୍ତି । ଏଥିପାଇଁ ଆତଙ୍କିତ ହେବା ଆବଶ୍ୟକ ନୁହେଁ । ବିଜେଡି ସାଂସଦମାନେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ଭେଟିଛନ୍ତି । ଟଙ୍କା ସୁରକ୍ଷିତ ଥିବା ନେଇ ମନ୍ତ୍ରୀ ଆଶ୍ୱସ୍ତି ମଧ୍ୟ ଦେଇଛନ୍ତି । ରିଜର୍ଭ ବ୍ୟାଙ୍କ ସରଭିଲାନ୍ସରେ ଅନ୍ୟ ବ୍ୟାଙ୍କଗୁଡିକ କାମ କରନ୍ତି । ତଦନ୍ତ ପାଇଁ ସର୍ବଦଳୀୟ ଗୃହ କମିଟି ଗଠନ ହୋଇଛି । ଜମା ରାଶି ନେଇ ଗୃହ କମିଟି ବିସ୍ତୃତ ଆଲୋଚନା କରିବ ।
ସେହିପରି କରୋନା ସାରା ବିଶ୍ୱରେ ଆତଙ୍କ ସୃଷ୍ଟି କରିଛି । କରୋନା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨୦୦ କୋଟି ଟଙ୍କା ବ୍ୟୟବରାଦ କରିଛନ୍ତି । ଏପରି ବିପର୍ଯ୍ୟୟକୁ ମୁକାବିଲା ପାଇଁ ଆଗୁଆ ପଦକ୍ଷେପ ନିଆଯାଇଛି । କେନ୍ଦ୍ର ସରକାର ମଧ୍ୟ କରୋନାକୁ ବିପର୍ଯ୍ୟୟ ଭାବେ ଘୋଷଣା କରିଛନ୍ତି । କରୋନା ମୁକାବିଲା ପାଇଁ ଓଡ଼ିଶାରେ ଦଳମତ ନିର୍ବିଶେଷରେ ସମସ୍ତେ ଏକାଠି ହେବା ଉଚିତ । ରାଜନୈତିକ ବୟାନବାଜି ନକରି ଓଡ଼ିଶାର ସ୍ୱାର୍ଥ ପାଇଁ ଏକାଠି ହେବା ଉଚିତ ବୋଲି ବିଜେଡି କହିଛି ।
BREAKING NEWS
- ନୂଆଦିଲ୍ଲୀରେ ଲାଗୁ ହେଲା BNSSର ଧାରା ୧୬୩
- ସୁନ୍ଦରପନ୍ଦା ବୋମା ବିସ୍ଫୋରଣ ମାମଲା, ୨ ଅଭିଯୁକ୍ତଙ୍କ ବିରୋଧରେ ଚାର୍ଜସିଟ୍ ଦାଖଲ କଲା NIA
- ଏସୀୟ କ୍ରୀଡ଼ା: ୭୫ ବର୍ଷରେ ପ୍ରଥମ ଥର ପାଇଁ ଭାରତୀୟ ମହିଳା ରିକର୍ଭ ଟିମ୍ ଜିତିଲା ସ୍ୱର୍ଣ୍ଣ ପଦକ
- ଦଶହରାରେ ପୁଣି ବାତ୍ୟା ଭୟ! ଆସୁଛି ଆଉ ଏକ ଲଘୁଚାପ, ୧୫ରେ ଅବପାତ ସମ୍ଭାବନା
- ଶ୍ରୀ ଜଗନ୍ନାଥଙ୍କ ଖାତାକୁ ଫେରିବ ମହାପ୍ରଭୁଙ୍କ ଅମୃତ ମଣୋହି ଜମି: ଓଡ଼ିଶା ରାଜସ୍ୱ ପର୍ଷଦ
- ପୁଣି ଭାରତ – ପାକିସ୍ତାନ ମ୍ୟାଚ୍: ଜାଣନ୍ତୁ କେବେ ଖେଳାଯିବ ଏହି ହାଇ ଭୋଲ୍ଟେଜ ମ୍ୟାଚ୍
- Diveagar Beach Tragedy:ପିକନିକ୍ ହେଲା କାଳ;ସମୁଦ୍ରରେ ବୁଡ଼ି ୮ ଛାତ୍ର ମୃତ
- ମହାନଦୀ ବିବାଦ ସମାଧାନର ନିକଟତର ହେଉଛୁ,ଅନ୍ୟ ରାଜ୍ୟମାନଙ୍କ ପାଇଁ ‘ମଡେଲ ଡିସ୍ପୁଟ ରିଜୋଲ୍ୟୁସନ୍’ହେବ: ମୁଖ୍ୟମନ୍ତ୍ରୀ
- ‘ବିଜେବି ଫ୍ରେଣ୍ଡସ୍-ଆଲୁମିନି ଆସୋସିଏସନ୍ ଅଫ୍ ବିଜେବି କଲେଜ୍’ ପକ୍ଷରୁ ‘ୟୁଥ୍ ରିମେମ୍ବରିଂ ଗାନ୍ଧୀ’ ପୁରସ୍କାର ସମାରୋହ ଆୟୋଜିତ
- ସପ୍ତମ ଓଡ଼ିଶା ଟ୍ରାଭେଲ ବଜାର ୨୦୨୬: ଭାରତର ପର୍ଯ୍ୟଟନ ବିକାଶରେ ନେତୃତ୍ୱ ନେବାକୁ ଓଡ଼ିଶା ପ୍ରସ୍ତୁତ

Comments are closed.