Latest Odisha News

BREAKING NEWS

ଆସନ୍ତାକାଲି କଳାହାଣ୍ଡିରେ ନିର୍ବାଚନୀ ପ୍ରଚାର କରିବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ

କଳାହାଣ୍ଡି: ଆସନ୍ତାକାଲି ଦିନିକିଆ କଳାହାଣ୍ଡି ଓ ନୂଆପଡା ଜିଲ୍ଲା ଗସ୍ତରେ ଆସୁଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସକାଳ ୧୧.୦୫ ରେ ଭବାନୀପାଟଣା ଶ୍ରୀକୃଷ୍ଣ ନଗର ପଡିଆରେ ପହଞ୍ଚିବା ପରେ ସେଠାରେ ନିର୍ବାଚନୀ ସଭାରେ ଯୋଗଦେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

ବିଗତ ଦିନରେ ଜିଲ୍ଲାରେ ହୋଇଥିବା ବିକାଶ କାର୍ଯ୍ୟର ହିସାବ ଦେବା ସହ ଲୋକସଭା ପ୍ରାର୍ଥୀ ଓ ବିଧାୟକ ପ୍ରାର୍ଥୀମାନଙ୍କ ପାଇଁ ଭୋଟ ଭିକ୍ଷା କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହାପରେ ନୂଆପଡା ଜିଲ୍ଲା ଗସ୍ତରେ ଯାଇ ସେଠାରେ ପ୍ରାର୍ଥୀଙ୍କ ପାଇଁ ଭୋଟ ଭିକ୍ଷା କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏନେଇ ଆଜି କଳାହାଣ୍ଡି ଜିଲ୍ଲା ବିଜେଡି ପକ୍ଷରୁ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ସଭା ସାଂସଦ ସୁଜିତ କୁମାର।

Comments are closed.