Latest Odisha News

BREAKING NEWS

ରାଉରକେଲାରେ ପ୍ରଚାର ବେଳେ ନବୀନଙ୍କ ଘୋଷଣା; କହିଲେ, ଜୁଲାଇରୁ ବିଜୁଳି ବିଲ୍‌ ଆସିବନି

ରାଉରକେଲା: ରାଉରକେଲାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜୋରଦାର ପ୍ରଚାର । ଦଳୀୟ କର୍ମୀଙ୍କ ପାଇଁ ଭୋଟ୍ ମାଗିଲେ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଏହି ଅବସରରେ ବିଭିନ୍ନ ଜନ କଲ୍ୟାଣ ଯୋଜନାର ସୁଫଳ ସମ୍ପର୍କରେ ଜନମତ ଗ୍ରହଣ କରିଥିଲେ ମୁଖ୍ୟମନ୍ତ୍ରୀ । ଏହା ସହ ନବୀନ ପଟ୍ଟନାୟକ ଭଲ କି? ବୋଲି ପଚାରିଲେ ମୁଖ୍ୟମନ୍ତ୍ରୀ । ଏହାପରେ ଉତ୍ସାହିତ ‘ହଁ’ ରେ ପ୍ରତିଧ୍ୱନିତ ହେଇଥିଲା ସଭାସ୍ଥଳ ।

ମୁଖ୍ୟମନ୍ତ୍ରୀ କହିଲେ, ଜୁଲାଇ ମାସରୁ ବିଜୁଳି ବିଲ୍ ଆସିବ ନାହିଁ । ବିଜୁ ଜନତା ଦଳ ସରକାର ମାଗଣାରେ ଆପଣଙ୍କମାନଙ୍କୁ ବିଜୁଳି ଦେବେ । ଆପଣମାନେ ଖୁସି ତ? ବୋଲି ଲୋକଙ୍କୁ ପଚାରିଲେ ନବୀନ ।

ଏହା ସହ ମିଶନ ଶକ୍ତି, ୫-ଟି ସ୍କୁଲ ରୂପାନ୍ତର, କାଳିଆ ଯୋଜନା, ନୂଆ-ଓ ଛାତ୍ରବୃତ୍ତି, ମମତା ଯୋଜନା ଆଦି ସବୁ ପ୍ରଶ୍ନରେ ଜନତା ‘ହଁ’ ଭରିଥିଲେ । ଶେଷରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବିରୋଧୀ ଦଳ ମିଛ କଥା କହୁଛନ୍ତି, କୁମ୍ଭୀରକାନ୍ଦଣା କାନ୍ଦୁଛନ୍ତି । ଆପଣ ସେମାନଙ୍କୁ ବିଶ୍ୱାସ କରନ୍ତୁ ନାହିଁ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

Leave A Reply

Your email address will not be published.