ଭୁବନେଶ୍ୱର: ବିଜୁ ଜନତା ଦଳ (ବିଜେଡି)ର ସଭାପତି ନବୀନ ପଟ୍ଟନାୟକ ଗୁରୁବାର ଦିନ ଦୁଇ ବିଧାୟକଙ୍କୁ ନିଲମ୍ବିତ କରିଛନ୍ତି।
ଅରବିନ୍ଦ ମହାପାତ୍ର ଏବଂ ସନାତନ ମହାକୁଡଙ୍କୁ ଦଳ ବିରୋଧୀ କାର୍ଯ୍ୟକଳାପରେ ସମ୍ପୃକ୍ତି ଅଭିଯୋଗରେ ତୁରନ୍ତ ପ୍ରଭାବରୁ ନିଲମ୍ବିତ କରାଯାଇଥିବା ନେଇ ସୂଚନା ମିଳିଛି। ଏନେଇ କାର୍ଯ୍ୟାଳୟ ତରଫରୁ ଏକ ବିଜ୍ଞପ୍ତି ମଧ୍ୟ ଜାରି କରାଯାଇଛି।
ତେବେ ପୂର୍ବତନ ମନ୍ତ୍ରୀ ବିଜୟ ମହାପାତ୍ରଙ୍କ ପୁଅ ଅରବିନ୍ଦ ମହାପାତ୍ର ବର୍ତ୍ତମାନ କେନ୍ଦ୍ରାପଡା ଜିଲ୍ଲା ପାଟକୁରାର ବିଧାୟକ ଅଛନ୍ତି। ସେହିପରି ସନାତନ ମହାକୁଡ ରାଜ୍ୟ ବିଧାନସଭାରେ କେନ୍ଦୁଝର ଜିଲ୍ଲାର ଚମ୍ପୁଆ ନିର୍ବାଚନମଣ୍ଡଳୀକୁ ବର୍ତ୍ତମାନ ପ୍ରତିନିଧିତ୍ୱ କରୁଥିବା ରିପୋର୍ଟରୁ ଜଣାପଡ଼ିଛି।
Comments are closed.