ଭୁବନେଶ୍ୱର: ଆଜି ବିଜେଡି ଦଳରୁ ନିଲମ୍ବିତ ହେଲେ ମଞ୍ଜୁଲତା ମଣ୍ଡଳ ଓ ମୁକ୍ତିକାନ୍ତ ମଣ୍ଡଳ । ଦଳ ବିରୋଧୀ କାର୍ଯ୍ୟ ପାଇଁ ବିଜେଡିରୁ ନିଲମ୍ବିତ ହୋଇଛନ୍ତି। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ଦଳରୁ ସସପେଣ୍ଡ କରାଯାଇଛି।
ପୂର୍ବତନ ଧାମନଗର ବିଧାୟକ ମୁକ୍ତିକାନ୍ତ ମଣ୍ଡଳ ଓ ତାଙ୍କ ପତ୍ନୀ ତଥା ପୂର୍ବତନ ଭଦ୍ରକ ଲୋକସଭା ସାଂସଦ ମଞ୍ଜୁଲତା ମଣ୍ଡଳଙ୍କୁ ବିଜେଡିରୁ ନିଲମ୍ବନ କରାଯିବା ପଛରେ ଅନେକ କଥା ଏବେ ଚର୍ଚ୍ଚା ହେଉଛି।
ସୂଚନାଥାଉକି, ମୁକ୍ତିକାନ୍ତ ମଣ୍ଡଳ ୨୦୧୪ରେ ଧାମନଗର ଆସନରୁ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ସେହିପରି ମଞ୍ଜୁଲତା ମଣ୍ଡଳ ୨୦୧୯ ଲୋକସଭା ଆସନରେ ବିଜେଡିରୁ ସାଂସଦ ଭାବେ ନିର୍ବାଚିତ ହୋଇଥିଲେ।