Latest Odisha News

BREAKING NEWS

ନିରାଡମ୍ବର ଭାବେ ପାଳିତ ହେବ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ବାର୍ଷିକୀ

ଭୁବନେଶ୍ୱର: ଓଡ଼ିଆର ମହାନ ଜନନାୟକ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୨୩ ତମ ଶ୍ରାଦ୍ଧ ଉତ୍ସବ ଏପ୍ରିଲ ୧୭ରେ ରାଜ୍ୟବ୍ୟାପୀ ନିରାଡ଼ମ୍ବର ଭାବେ ପାଳନ କରାଯିବ।

ସମଗ୍ର ମାନବ ସମାଜ କରୋନା ଭଳି ମହାମାରୀକୁ ମୁକାବିଲା କରୁଛି, ଏହାକୁ ଦୃଷ୍ଟିରେ ରଖି ପ୍ରବାଦ ପୁରୁଷଙ୍କ ଶ୍ରାଦ୍ଧ ଦିବସକୁ ନିରାଡମ୍ବର ଭାବେ ପାଳନ କରିବା ପାଇଁ ବିଜେଡି ସଭାପତି ତଥା ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି।

ଏହି ଅବସରରେ ସାମାଜିକ ଦୂରତା ରକ୍ଷା କରି ବିଜୁ ଜନତା ଦଳର ଅଗଣିତ କର୍ମୀ ଓ ଦଳର ନେତୃବୃନ୍ଦ ନିଜ ନିଜ ଘରେ ବିଜୁ ବାବୁଙ୍କ ଫଟୋଚିତ୍ରରେ ପୁଷ୍ପ ମାଲ୍ୟ ପ୍ରଦାନ କରିବାକୁ କୁହାଯାଇଛି।

ଏଥି ସହ ପ୍ରବାଦ ପୁରୁଷଙ୍କ ଦେଶ ତଥା ଓଡ଼ିଆ ଜାତି ପ୍ରତି ଥିବା ତ୍ୟାଗପୁତ ଜୀବନୀ ସମ୍ପର୍କରେ ପରିବାର ସଦସ୍ୟଙ୍କ ସହ ଆଲୋଚନା କରିବେ। ଦୀର୍ଘଦିନ ଧରି ଦଳ ପକ୍ଷରୁ କରାଯାଉଥିବା ସାମାଜିକ କାର୍ଯ୍ୟକ୍ରମ ଜୀବନ ବିନ୍ଦୁ (ରକ୍ତ ସଂଗ୍ରହ ) କାର୍ଯ୍ୟ ଜାରି ରଖିବେ।

ଜଣେ ବି ବ୍ୟକ୍ତି ଯେପରି ରକ୍ତ ଅଭାବରୁ ସ୍ଵାସ୍ଥ୍ୟଗତ ସମସ୍ୟାରେ ନ ପଡନ୍ତି, ସେଥି ପ୍ରତି ଦୃଷ୍ଟି ଦେବାକୁ ବିଜେଡ଼ି ସଭାପତି ଦଳର ପ୍ରତିଟି କର୍ମୀ,ନେତା ଏବଂ ଶୁଭେଚ୍ଛୁଙ୍କୁ ନିବେଦନ କରିଛନ୍ତି।

ଏଭଳି ଏକ କଠିନ ସମୟରେ ରକ୍ତଦାନ କରୁଥିବା ବ୍ୟକ୍ତି ବିଶେଷଙ୍କୁ ସେମାନଙ୍କ ଦେଶସେବା ଓ ଉସର୍ଗ୍ରୀକୃତ ମନୋଭାବକୁ ସବୁଦିନ ମନେ ରଖିବି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମତ ପ୍ରକାଶ କରିଛନ୍ତି।

Leave A Reply

Your email address will not be published.