ବ୍ରହ୍ମପୁର: ବିଜେଡି ନେତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ । ବ୍ରହ୍ମପୁର ଏସ୍ପି ଅଫିସ୍ ଆଗରେ ନିଜ ଦେହରେ କିରୋସିନ ଢ଼ାଳି ନିଆଁ ଲଗାଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତ ବିଜେଡି ନେତ୍ରୀ ମିନାକ୍ଷୀ ମିଶ୍ର । ତାଙ୍କ ଶରୀରର ୯୦ ଭାଗ ପୋଡ଼ିଯାଇଛି। ତାଙ୍କୁ ଚିକିତ୍ସା ଲାଗି ପ୍ରଥମେ ବ୍ରହ୍ମପୁର ବଡ଼ ମେଡିକାଲ ଓ ପରେ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ପାର୍କିଂକୁ ନେଇ ପୁଅକୁ ମିଛରେ ପୋଲିସ ଗିରଫ କରିଥିବା ଅଭିଯୋଗରେ ସେ ଆତ୍ମହତ୍ୟା ଉଦ୍ୟମ କରିଥିବା ଜଣାପଡିଛି ।
ସୂଚନା ମୁତାବକ, ଗତ ୨୮ ତାରିଖରେ ପାର୍କିଂକୁ ନେଇ ମିନାକ୍ଷୀଙ୍କ ପୁଅଙ୍କ ସହ ଅନ୍ୟ ଜଣେ ବ୍ୟକ୍ତିଙ୍କର ଝଗଡା ହୋଇଥିଲା । ଏହାପରେ କିଛି ଯୁବକ ସଂଘବଦ୍ଧ ଭାବେ ମିନାକ୍ଷୀଙ୍କ ପୁଅକୁ ଆକ୍ରମଣ କରିଥିଲେ । ଏପରିକି ପ୍ରତିବାଦ କରିବାରୁ ମିନାକ୍ଷୀଙ୍କୁ ମଧ୍ୟ ସେମାନେ ମାଡ ମାରିଥିଲେ । ଗଂଜାମ ଜିଲ୍ଲା ବୈଦ୍ୟନାଥପୁର ଥାନା ଅଚଂଳରେ ହୋଇଥିବା ଏହି ଆକ୍ରମଣର ଭିଜୁଆଲ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା । ତେବେ ଏଥିରେ ମିନାକ୍ଷୀଙ୍କ ସମେତ ତାଙ୍କ ପୁଅ ମଧ୍ୟ ଗୁରୁତର ହୋଇଥିଲେ । ପରେ ପୋଲିସ ନିକଟରେ ଉଭୟ ପକ୍ଷରୁ ଅଭିଯୋଗ ହୋଇଥିଲା । ପୋଲିସ ଉଭୟ ପକ୍ଷରୁ ଅଭିଯୁକ୍ତଙ୍କୁ ଗିରଫ ମଧ୍ୟ କରିଥିଲା । ତେବେ ବିଜେଡି ନେତ୍ରୀ ମିନାକ୍ଷୀ ଆଜି ନ୍ୟାୟ ପାଇବା ପାଇଁ ଏସ୍ପିଙ୍କ ଅଫିସ ସାମ୍ନାରେ ନିଜ ଦେହରେ କିରୋସିନ ଢ଼ାଳି ନିଆଁ ଲଗାଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି ।
BREAKING NEWS
- ପଣ୍ଡିତ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ପ୍ରକଳ୍ପ ଅଟକଳ ବଢାଇବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ
- Aahar scheme:‘ଆହାର’ ଯୋଜନାକୁ ବାଧାହୀନ ଭାବେ ଚାଲୁ ରଖିବା ପାଇଁ ନିଆଗଲା ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ
- Supply of essential goods: ଏନ୍ଫୋର୍ସମେଣ୍ଟ ସ୍କ୍ବାଡ୍ ୨୪ ଘଣ୍ଟିଆ ସଜାଗ ରହନ୍ତୁ,ଜିଲ୍ଲାପାଳମାନେ ମାର୍କେଟ ସ୍ଥିତି ଅନୁଧ୍ୟାନ କରନ୍ତୁ: ମୁଖ୍ୟମନ୍ତ୍ରୀ
- ଯଶସ୍ୱୀ, ବୈଭବଙ୍କ ବିସ୍ଫୋରକ ବ୍ୟାଟିଂ: ରାଜସ୍ଥାନ ନିକଟରୁ ଶୋଚନୀୟ ଭାବେ ହାରିଲା ଚେନ୍ନାଇ
- BJP: ପଦ୍ମ ଧରିଲେ କେନ୍ଦୁଝରଗଡ଼ ପୌର ଉପାଧ୍ୟକ୍ଷଙ୍କ ସହ ୮ କାଉନସିଲର
- Bbsr-Singapore Flights Cancelled:ଯୁଦ୍ଧର ପ୍ରଭାବ…ଭୁବନେଶ୍ବରରୁ ସିଙ୍ଗାପୁରକୁ ଅନ୍ତର୍ଜାତୀୟ ବିମାନସେବା ବନ୍ଦ
- ଅଏଲ୍ ଇଣ୍ଡିଆ ଏବଂ ସିଏସଆଇଆର-ଆଇଏମଏମଟି ମଧ୍ୟରେ ବୁଝାମଣାପତ୍ର ସ୍ୱାକ୍ଷରିତ
- ହାର୍ଦ୍ଦିକଙ୍କ ବ୍ୟାଟ ଚୋରୀ କରି ନେଇଗଲେ ରିଙ୍କୁ
- AI in healthcare: ଅଙ୍ଗ ପ୍ରତିରୋପଣ କ୍ଷେତ୍ରରେ ଭାରତ ବିଶ୍ୱର ତୃତୀୟ ଶ୍ରେଷ୍ଠ ଦେଶ
- କମାଣ୍ଡର ଚେଲ୍ଲୁରି ନାରାୟଣ ରାଓଙ୍କ ସମେତ ୮ ନକ୍ସଲଙ୍କ ଆତ୍ମସମର୍ପଣ ,ମୁଣ୍ଡରେ ଥିଲା ୨୫ଲକ୍ଷ
Comments are closed.