Latest Odisha News

BREAKING NEWS

ଓଡ଼ିଶା ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି; କେନ୍ଦ୍ରାପଡ଼ାରୁ ବୈଜୟନ୍ତ, ସମ୍ବଲପୁରରୁ ଲଢିବେ ଧର୍ମେନ୍ଦ୍ର

ଭୁବନେଶ୍ୱର: ଆସିଲା ଓଡ଼ିଶା ପାଇଁ ବିଜେପିର ଲୋକସଭା ପ୍ରାର୍ଥୀ ତାଲିକା। କେନ୍ଦ୍ରାପଡ଼ାରୁ ବୈଜୟନ୍ତ ପଣ୍ଡା ହେବେ ଲୋକସଭା ପ୍ରାର୍ଥୀ । ସମ୍ବଲପୁରରୁ ଲଢ଼ିବେ ଧର୍ମେନ୍ଦ୍ର ପ୍ରଧାନ । ଭୁବନେଶ୍ବରରୁ ଅପରାଜିତା ଷଡ଼ଙ୍ଗୀ । ପୁରୀରୁ ପ୍ରାର୍ଥୀ ହେବେ ସମ୍ବିତ ପାତ୍ର । ବାଲେଶ୍ୱରରରୁ ପ୍ରତାପ ଷଡଙ୍ଗୀ ପ୍ରାର୍ଥୀ ଘୋଷଣା ହୋଇଛି।

ସେହିପରି ବରଗଡରୁ ପ୍ରଦୀପ ପୁରୋହିତ, ସୁନ୍ଦରଗଡ଼ରୁ ଜୁଏଲ ଓରାମ, କେନ୍ଦୁଝରରୁ ଅନନ୍ତ ନାୟକ, ମୟୁରଭଞ୍ଜରୁ ନବ ଚରଣ ମାଝି, ଭଦ୍ରକରୁ ଅଭିମନ୍ୟୁ ସେଠୀ, ଢେଙ୍କାନାଳରୁ ରୁଦ୍ରନାରାୟଣ ପାଣି, ବଲାଙ୍ଗୀରରୁ ସଙ୍ଗୀତା କୁମାରୀ ସିଂଦେଓ, କଳାହାଣ୍ଡିରୁ ମାଳବିକା କେଶରୀ ଦେଓ, ନବରଙ୍ଗପୁରରୁ ବଳଭଦ୍ର ମାଝି, ଜଗତସିଂହପୁରରୁ ଭିବୁ ପ୍ରସାଦ ତରାଇ, ଆସ୍କାରୁ ଅନୀତା ଶୁଭଦର୍ଶନୀ, ବ୍ରହ୍ମପୁରରୁ ପ୍ରଦୀପ କୁମାର ପାଣିଗ୍ରାହୀ, କୋରାପୁଟରୁ କଳେରାମ ମାଝୀଙ୍କୁ ପ୍ରାର୍ଥୀ କରାଯାଇଛି ।

ଆଉ ୩ ଆସନ ପାଇଁ ଘୋଷଣା ହୋଇନି ପ୍ରାର୍ଥୀଙ୍କ ନାଁ । କଟକ, ଯାଜପୁର ଓ କନ୍ଧମାଳ ଆସନ ପାଇଁ ଘୋଷଣା ହୋଇନି ନାଁ। ୨୦୨୪ ଲୋକ ସଭା ନିର୍ବାଚନ ପାଇଁ ୧୧୧ ପ୍ରାର୍ଥୀଙ୍କ ପଞ୍ଚମ ତାଲିକା ଭାଜପା ପ୍ରକାଶ କରିଛି। ତେବେ ଏଥର ତାଲିକାରେ ଓଡ଼ିଶାରୁ ୧୮ ଜଣ ପ୍ରାର୍ଥୀଙ୍କ ନାମ ରହିଛି ।

Comments are closed.