Latest Odisha News

BREAKING NEWS

ଘୋଷଣା ହେଲା ରାଜ୍ୟ ବିଜେପିର କୋର କମିଟି

ଭୁବନେଶ୍ବର : ସଙ୍ଗଠନକୁ ସୁଦୃଢ଼ କରିବାକୁ ଘୋଷଣା ହୋଇଛି ରାଜ୍ୟ ବିଜେପିର କୋର କମିଟି । ପ୍ରଥମଥର ପାଇଁ ଦଳ ରାଜ୍ୟରେ ସଂଗଠନକୁ ପରିଚାଳନା ନିମନ୍ତେ ୧୫ ଜଣିଆ କୋର୍ ଟିମ ଗଠନ କରିଛି । ପଞ୍ଚାୟତ ଓ ପୌର ନିର୍ବାଚନ ପୂର୍ବରୁ ଗଠିତ ଏହି କୋର୍ କମିଟିରେ ସାଂସଦ ଅପରାଜିତା ଷଡ଼ଙ୍ଗୀ ଓ ବରିଷ୍ଠ ନେତା ବିଜୟ ମହାପାତ୍ରଙ୍କୁ ସ୍ଥାନ ମିଳିନାହିଁ ।

ବିଜେପି ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡା ଓଡ଼ିଶା ବିଜେପି ପାଇଁ ଏହି କୋର କମିଟି ଗଠନ କରିଛନ୍ତି । କମିଟିରେ ୩ ଜଣ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଅଶ୍ବିନୀ ବୈଷ୍ଣବ ଓ ବିଶ୍ବେଶ୍ବର ଟୁଡ଼ୁଙ୍କ ସମେତ ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତି, ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା, ସାଂସଦ ଜୁଏଲ ଓରାମ, ପ୍ରତାପ ଷଡ଼ଙ୍ଗୀ, ସୁରେଶ ପୂଜାରୀ, ପୂର୍ବତନ ରାଜ୍ୟ ବିଜେପି ସଭାପତି ବସନ୍ତ ପଣ୍ଡା, ରାଜ୍ୟ ସଂଗଠନ ସମ୍ପାଦକ ମାନସ କୁମାର ମହାନ୍ତି, ମନମୋହନ ସାମଲ, କେଭି ସିଂହଦେଓ, ସମ୍ବିତ ପାତ୍ର ଏବଂ ସୁରମା ପାଢ଼ୀ ସ୍ଥାନ ପାଇଛନ୍ତି । ସେହିପରି କମିଟିରେ ସ୍ବତନ୍ତ୍ର ନିମନ୍ତ୍ରିତ ସଭ୍ୟ ଭାବେ ଓଡ଼ିଶା ବିଜେପି ପ୍ରଭାରୀ ଡି. ପୁରନ୍ଦେଶ୍ବରୀ ଓ ସହପ୍ରଭାରୀ ବିଜୟପାଲ ତୋମାରଙ୍କୁ ଚୟନ କରାଯାଇଛି ।

Leave A Reply

Your email address will not be published.