ନୂଆଦିଲ୍ଲୀ: ଲୋକସଭା ନିର୍ବାଚନ ପାଇଁ ବିଜେପି ପକ୍ଷରୁ ପ୍ରଥମ ପ୍ରାର୍ଥୀ ତାଲିକା ଘୋଷଣା । ବାରଣାସୀରୁ ପୁଣିଥରେ ପ୍ରଧାନମନ୍ତ୍ରୀ ମୋଦୀ ନିର୍ବାଚନ ଲଢିବେ । ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକାରେ ୧୯୫ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇଛି । ଏହି ପ୍ରାର୍ଥୀ ତାଲିକାରେ ୩୪ ଜଣ କେନ୍ଦ୍ରମନ୍ତ୍ରୀଙ୍କ ନାମ ରହିଛି ।ପ୍ରଧାନମନ୍ତ୍ରୀ ମୋଦୀ ତୃତୀୟ ଥର ପାଇଁ ବାରଣାସୀରୁ ନିର୍ବାଚନ ଲଢିବାକୁ ଯାଉଛନ୍ତି । ଗତ ୨ଥର ଯାକ ପ୍ରଧାନମନ୍ତ୍ରୀ ବାରଣାସୀରୁ ବିପୁଳ ଭୋଟରେ ବିଜୟୀ ହୋଇଥିଲେ । ସେହିପରି ଗାନ୍ଧୀନଗରରୁ ଲଢ଼ିବେ ଗୃହମନ୍ତ୍ରୀ ଅମିତ ଶାହା । ୧୬ ରାଜ୍ୟ ଏବଂ ୨ କେନ୍ଦ୍ର ଶାସିତ ଅଞ୍ଚଳରୁ ବିଜେପି ପକ୍ଷରୁ ୧୯୫ ଜଣିଆ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି । ଉତ୍ତରପ୍ରଦେଶରୁ ସର୍ବାଧିକ ୫୧ ଜଣ ପ୍ରାର୍ଥୀଙ୍କ ନାଁ ଘୋଷଣା କରାଯାଇଛି । ସେହିପରି ରାଜସ୍ଥାନ, ଗୁଜରାଟରୁ ୧୫ଟି ଲେଖାଏଁ ପ୍ରାର୍ଥୀ ଘୋଷଣା କରାଯାଇଛି । ମଧ୍ୟପ୍ରଦେଶରୁ ୨୪, ଉତ୍ତରପ୍ରଦେଶରୁ ୫୧, ପଶ୍ଚିମବଙ୍ଗରୁ ୨୦ ପ୍ରାର୍ଥୀ, କେରଳରୁ ୧୨, ତେଲେଙ୍ଗାନାରୁ ୯, ଆସାମ ଓ ଝାଡ଼ଖଣ୍ଡରୁ ୧୧ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି । ବିଜେପିର ପ୍ରଥମ ପର୍ଯ୍ୟାୟ ତାଲିକାରେ ୩୪ କେନ୍ଦ୍ର ମନ୍ତ୍ରୀଙ୍କ ନାଁ ସ୍ଥାନ ପାଇଛି । ଲୋକସଭାର ବାଚସ୍ପତି ନାଁ ମଧ୍ୟ ପ୍ରଥମ ତାଲିକାରେ ସ୍ଥାନ ପାଇଛି । ବିଜେପି ତରଫରୁ ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକାରେ ୨୮ ଜଣ ମହିଳାଙ୍କୁ ସ୍ଥାନ ମିଳିଛି । ଏହି କ୍ରମରେ ପୂର୍ବତନ ବିଦେଶମନ୍ତ୍ରୀ ସୁଷମା ସ୍ୱରାଜଙ୍କ କନ୍ୟା ବାଂଶୁରୀ ସ୍ୱରାଜଙ୍କ ଉପରେ ଦଳ ଭରସା କରିଛି । ବାଂଶୁରୀଙ୍କୁ ନୂଆଦିଲ୍ଲୀ ଲୋକସଭା ଆସନରୁ ଟିକେଟ ଦେଇଛି ଦଳ ।
BREAKING NEWS
- ଜଳିଗଲା ୨୦ରୁ ଅଧିକ ବାଇକ୍,ପୋଲିସ କରିଥିଲା ସିଜ୍
- ରେଳଷ୍ଟେସନରୁ ୫ ଆନ୍ତଃରାଜ୍ୟ ଚାଲାଣକାରୀ ଗିରଫ,ଗଞ୍ଜେଇ ଜବତ
- ଉଦୟଗିରିରେ ଅର୍ନ୍ତଜାତୀୟ ବୌଦ୍ଧ ସମ୍ମିଳନୀ ଉଦଘାଟିତ, ଦେଶ ବିଦେଶରୁ ଆସିଛନ୍ତି ୧୭୦୦ରୁ ବୌଦ୍ଧ ଧର୍ମାବଲମ୍ବୀ
- Cyber Fraud Busted: ପୋଲିସ ହାତରେ ଧରାପଡିଲେ ୧୨ ଆନ୍ତଃରାଜ୍ୟ ସାଇବର ଲୁଟେରା
- Hero Hockey India League:ହ୍ୟାଟ୍ରିକ ବିଜୟ ସହ ପଏଣ୍ଟ ଟେବୁଲର ଶୀର୍ଷରେ କଳିଙ୍ଗ ଲାନସର୍ସ
- କୋହଲି, ଗିଲଙ୍କ ଆକର୍ଷଣୀୟ ପ୍ରଦର୍ଶନ: ପ୍ରଥମ ଦିିନିକିଆରେ ଭାରତ ବିଜୟୀ
- ଆସନ୍ତା ୧୫ରେ ବରଗଡ଼ ବନ୍ଦ
- ଝାରସୁଗୁଡ଼ାରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ
- ସଚିନଙ୍କୁ ପଛରେ ପକାଇ ବିଶ୍ୱରେକର୍ଡ କଲେ କିଙ୍ଗ କୋହଲି
- Fire In Ama Bus: ଗତ ୨୪ ଘଣ୍ଟା ମଧ୍ୟରେ ଦୁଇଟି ‘ଆମ ବସ’ରେ ଅଗ୍ନିକାଣ୍ଡ
Comments are closed.