Latest Odisha News

BREAKING NEWS

୧୭ରେ ନାମାଙ୍କନ ପତ୍ର ଦାଖଲ କରିବେ ବିଜେପି ପ୍ରାର୍ଥୀ ଟଙ୍କଧର ତ୍ରିପାଠୀ

ଭୁବନେଶ୍ୱର: ଝାରସୁଗୁଡା ଉପନିର୍ବାଚନ ପାଇଁ ଆସନ୍ତା ୧୭ ତାରିଖ ଦିନ ଦଳୀୟ ପ୍ରାର୍ଥୀ ଟଙ୍କଧର ତ୍ରିପାଠୀ ପାର୍ଥୀପତ୍ର ଦାଖଲ କରିବେ । ଏହି ଅବସରରେ ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ, ସ୍ଥାନୀୟ ସାଂସଦ ସୁରେଶ ପୁଜାରୀ, ଜୁଏଲ ଓରାମ, ବସନ୍ତ ପଣ୍ଡା, ସଙ୍ଗୀତା ସିଂହଦେଓ, ନିତେଶ ଗଙ୍ଗଦେବ, ବିଧାୟକ ଶଂକର ଓରାମ, ଭବାନୀ ଭୋଇ, କୁସୁମ ଟେଟେ, ସୁବାଷ ପାଣିଗ୍ରାହୀ, ନାଉରୀ ନାୟକ, ଡ.ମୁକେଶ ମହାଲିଙ୍ଗ, ପୂର୍ବତନ ରାଜ୍ୟ ସଭାପତି ସମୀର ମହାନ୍ତି, କେ.ଭି.ସିଂହଦେଓ ପ୍ରମୁଖଙ୍କ ସମେତ ବହୁ ପଦାଧିକାରୀ ସାମିଲ ହେବେ। ରାଜ୍ୟ ସାଧାରଣ ସଂପାଦକ ଗୋଲକ ମହାପାତ୍ର ଏହି ସୂଚନା ଦେଇଛନ୍ତି।

ଗୋଲକ ମହାପାତ୍ର କହିଛନ୍ତି ଯେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶାସନ ଭାର ସମ୍ଭାଳିବା ଶିଳ୍ପ ଜିଲ୍ଲା ଭାବେ ପରିଚିତ ଝାରସୁଗୁଡା ଜିଲ୍ଲାରେ ବିମାନ ସେବା ଆରମ୍ଭ ହୋଇଛି । ଭାରତର ଯଶସ୍ୱୀ ପ୍ରଧାନମନ୍ତ୍ରୀଙ୍କ ନେତୃତ୍ୱରେ ସ୍ଥାନୀୟ ସାଂସଦ ଶ୍ରୀ ସୁରେଶ ପୂଜାରୀ ଏବଂ ବିଜେପି କାର୍ଯ୍ୟକର୍ତାମାନେ ଜିଲ୍ଲାର ବିକାଶ ପାଇଁ ଅନେକ କାର୍ଯ୍ୟ କରିଛନ୍ତି । ମାତ୍ର ରାଜ୍ୟ ଓ ସ୍ଥାନୀୟ ଜିଲ୍ଲା ପ୍ରଶାସନର ସ୍ଥାଣୁତା ପାଇଁ ଜିଲ୍ଲାର ବିକାଶମୁଳକ କାର୍ଯ୍ୟ ଅତ୍ୟନ୍ତ ମନ୍ଥର ଗତିରେ ଚାଲିଛି ବୋଲି ଶ୍ରୀ ମହାପାତ୍ର କହିଛନ୍ତି ।

ପ୍ରଧାନମନ୍ତ୍ରୀ କ୍ଷେତ୍ରୀୟ ଖଣିଜ କଲ୍ୟାଣ ପାଣ୍ଠି ଜରିଆରେ ଜିଲ୍ଲାକୁ ୯୦୦ଶହ କୋଟି ଟଙ୍କା ମୋଦି ସରକାର ଦେଇଛନ୍ତି । ଜିଲ୍ଲାବାସୀଙ୍କ ପାନୀୟ ଜଳ ସମସ୍ୟାର ସମାଧାନ ପାଇଁ ୨୦୨୦ ଭିତରେ ସମସ୍ତ ପ୍ରକଳ୍ପ କାମ ଶେଷ ହେବାର ଧାର୍ଯ୍ୟ ଲକ୍ଷ୍ୟ ରାଜ୍ୟ ସରକାରଙ୍କ ଅପାରଗତା କାରଣରୁ ଆଜି ବିଫଳ ହୋଇଛି । ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଯେଉଁ ଘର ଆସିଛି ବିଜେଡିର ଧନୀ ନେତାମାନେ ବାପା, ମା ଓ ସ୍ତ୍ରୀ ନାଁ ବଦଳାଇ ପାଂଚ ପାଂଚଟି ଘର ହାତେଇବାର ଚକ୍ରାନ୍ତ କରିଛନ୍ତି । ପ୍ରକୃତ ହିତାଧିକାରୀଙ୍କ ପାଖରେ ଆବାସ ପଂହଚି ପାରୁନାହିଁ । ବିସ୍ଥାପିତଙ୍କୁ ଥଇଥାନ କରିବାରେ ରାଜ୍ୟ ସରକାରଙ୍କ କୈାଣସି ଆନ୍ତରିକତା ନାହିଁ । ସେହିପରି ଜିଲ୍ଲାରେ ପ୍ରତିଷ୍ଠା ହୋଇଥିବା ବିଭିନ୍ନ ଶିଳ୍ପାନୁଷ୍ଠାନରେ ସ୍ଥାନୀୟ ଯୁବକଙ୍କୁ ନିଯୁକ୍ତି ମିଳୁନାହିଁ । ଏଥି ପାଇଁ ବିଜେଡି ସରକାର ଦାୟୀ । ଝାରସୁଗୁଡା ଜିଲ୍ଲାର ସାମଗ୍ରିକ ବିକାଶ ପାଇଁ ବିଜେପି ପ୍ରତିଶୃତିବଦ୍ଧ ବୋଲି ଶ୍ରୀ ମହାପାତ୍ର କହିଛନ୍ତି ।

Leave A Reply

Your email address will not be published.