Latest Odisha News

BREAKING NEWS

କେନ୍ଦ୍ରକୁ ରାଜ୍ୟ ସରକାର ଧନ୍ୟବାଦ ନଦେବା ନେଇ ବିଜେପିର ସମାଲୋଚନା

ଭୁବନେଶ୍ୱର: କେନ୍ଦ୍ର ସରକାରଙ୍କ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ଲାଗି ରାଜ୍ୟ ସରକାର କେନ୍ଦ୍ର ସରକାରଙ୍କୁ ଧନ୍ୟବାଦ ପ୍ରକାଶ ନକରିବା ନେଇ ଅଭିଯୋଗ କରିଛି ବିଜେପି । ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ରାଜ୍ୟ ବିଜେପି ବିଧାୟକ ଦଳ ନେତା କନକ ବର୍ଦ୍ଧନ ସିଂହଦେଓ ରାଜ୍ୟ ସରକାରଙ୍କୁ ଏନେଇ ସମାଲୋଚନା କରିଛନ୍ତି ।

ଆଜି ରାଜ୍ୟ କାର୍ଯ୍ୟାଳୟରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ଶ୍ରୀ ସିଂହଦେଓ କହିଛନ୍ତି ଯେ, ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟକ୍ରମ ଅନୁଯାୟୀ ବାଲେଶ୍ୱରଠାରେ ନବନିର୍ମିତ ଫକୀର ମୋହନ ମେଡିକାଲ କଲେଜର ଶୁଭ ଉଦ୍ଘାଟନ ପାଇଁ ଗତକାଲି କେନ୍ଦ୍ର ସ୍ୱାସ୍ଥ୍ୟ ରାଷ୍ଟ୍ରମନ୍ତ୍ରୀ ଅଶ୍ୱିନୀ ଚୌବେ ଓଡିଶା ଗସ୍ତରେ ଆସି ଭୁବନେଶ୍ୱର ବିମାନବନ୍ଦରଠାରେ ପହଂଚିଥିଲେ । ମାତ୍ର କେନ୍ଦ୍ରମନ୍ତ୍ରୀ ଶ୍ରୀଚୈାବେଙ୍କୁ ସ୍ୱାଗତ ଜଣାଇବା ପାଇଁ ରାଜ୍ୟର ସ୍ୱାସ୍ଥ୍ୟ ମନ୍ତ୍ରୀ, ସ୍ୱାସ୍ଥ୍ୟ ସଚିବ କିମ୍ବା କୈାଣସି ଉଚ୍ଚ ପଦାଧିକାରୀ ଉପସ୍ଥିତ ନରହିବା ଅତ୍ୟନ୍ତ ଦୁର୍ଭାଗ୍ୟଜନକ ବୋଲି ଶ୍ରୀ ସିଂହଦେଓ କ୍ଷୋଭ ପ୍ରକାଶ କରି କହିଛନ୍ତି ।

ଭାରତୀୟ ଜନତା ପାର୍ଟି ଓଡ଼ିଶା ଶାଖା ତରଫରୁ ହୋଇଥିବା ଏହି ସାମ୍ବାଦିକ ସମ୍ମିଳନୀରେ ରାଜ୍ୟ ସଂପାଦକ କାଳନ୍ଦୀ ସାମଲ ଏବଂ ମୁଖପାତ୍ର ସୁଦୀପ୍ତ ରାୟ ପ୍ରମୁଖ ମଧ୍ୟ ଉପସ୍ଥିତ ରହିଥିଲେ ।

Leave A Reply

Your email address will not be published.