Latest Odisha News

ସାଂସଦ ବୈଜୟନ୍ତ ପଣ୍ଡାଙ୍କୁ ବଡ଼ ଦାୟିତ୍ବ ଦେଲା ବିଜେପି

ଭୁବନେଶ୍ୱର: ଆଉ କିଛି ମାସ ପରେ ଦିଲ୍ଲୀରେ ବିଧାନସଭା ନିର୍ବାଚନ ହେବ । ଏନେଇ ଭାରତୀୟ ଜନତାପାର୍ଟି (ବିଜେପି) ଯୋଜନା ପ୍ରସ୍ତୁତ କରିଛି । ବିଜେପି ଏଥି ପାଇଁ ରାଷ୍ଟ୍ରୀୟ ଉପାଧ୍ୟକ୍ଷ ତଥା ସାଂସଦ ବୈଜୟନ୍ତ ପଣ୍ଡାଙ୍କୁ ବଡ଼ ଦାୟିତ୍ୱ ଦେଲା ବିଜେପି । ଦିଲ୍ଲୀ ନିର୍ବାଚନ ଇନଚାର୍ଜ ଭାବେ ବୈଜୟନ୍ତ ପଣ୍ଡାଙ୍କୁ ଏହି ଦାୟିତ୍ୱ ଦିଆଯାଇଛି । ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ବିଜେପି ବୈଜୟନ୍ତଙ୍କୁ ଇନଚାର୍ଜ ଭାବେ ନିଯୁକ୍ତି କରିଛି ।

ସେହିପରି ସାସଂଦ ଅତୁଲ ଗର୍ଗଙ୍କୁ ସହକାରୀ ଇନଚାର୍ଜ ଭାବେ ମଧ୍ୟ ନିଯୁକ୍ତି ମିଳିଛି । ଉଭୟଙ୍କୁ ନିଯୁକ୍ତି ଦେଇଛନ୍ତି ବିଜେପି ଅଧ୍ୟକ୍ଷ ଜେପି ନଡ୍ଡା ।

Leave A Reply

Your email address will not be published.