Latest Odisha News

ଖୋଲିବ ପୁରୁଣା ପେଡି, ନବ ଦାସ ହତ୍ୟାକାଣ୍ଡର ପୁନଃ ତଦନ୍ତ କରିବେ ରାଜ୍ୟ ସରକାର

ଭୁବନେଶ୍ଵର: ପୁଣି ଖୋଲିବ ପୁରୁଣା ପେଡି । ବହୁଚର୍ଚ୍ଚିତ ନବ ଦାସ ହତ୍ୟା ଘଟଣା, ମମିତା ମେହେର ହତ୍ୟା ମାମଲା, ସ୍ୱାମୀ ଲକ୍ଷ୍ମଣାନନ୍ଦ ହତ୍ୟା ଘଟଣାର ହେବ ଫାଇଲ ରିଓପନ । ଏ ନେଇ ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ନବ ଦାସ ହତ୍ୟା, ମମିତା ମେହେର ହତ୍ୟା, ସ୍ୱାମୀ ଲକ୍ଷ୍ମଣାନନ୍ଦ ହତ୍ୟାକୁ ନେଇ କେବଳ ରାଜ୍ୟ ନୁହେଁ ସାରା ଦେଶରେ ହଇଚଇ ସୃଷ୍ଟି ହୋଇଥିଲା ।

ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି ନବ ଦାସ ଜଣେ ବିଜେଡି ନେତା ହେଲେ ମଧ୍ୟ ସେ ଜଣେ ମନ୍ତ୍ରୀ ଥିଲେ । ଗତ ୨୦୨୩ ଜାନୁଆରୀ ୨୯ ତାରିଖରେ ସ୍ପଷ୍ଟ ଦିବାଲୋକରେ ତତ୍କାଳୀନ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ହତ୍ୟା କରାଯାଇଥିଲା । ମାମଲାରେ ପିଏସଓ ଗୋପାଳ ଦାସଙ୍କୁ ଗିରଫ କରାଯାଇଥିଲେ ମଧ୍ୟ ହତ୍ୟାକାଣ୍ଡର କାରଣ ଉପରୁ ଏଯାଏଁ ପରଦା ହଟିନାହିଁ । ସେହିଭଳି ଖାଲି ନବ ଦାସ ହତ୍ୟା ମାମଲା ନୁହେଁ, ଅନେକ ପୁରୁଣା କେସର ରିଓପନ କରାଯିବ ବୋଲି ଆଇନ ମନ୍ତ୍ରୀ ସୂଚନା ଦେଇଛନ୍ତି। ୨୦୦୮ ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀ ହତ୍ୟା ମାମଲା ଏବଂ ୨୦୨୨ ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟା ମାମଲାର ମଧ୍ୟ ରିଓପନ ହେବ ବୋଲି ଆଇନମନ୍ତ୍ରୀ ସୂଚନା ଦେ‌ଇଛନ୍ତି ।

Comments are closed.