Latest Odisha News

BREAKING NEWS

ବିଜେଡ଼ିରେ ଯୋଗଦେଲେ ବିଜେପି ମହିଳା ମୋର୍ଚ୍ଚା ସଭାନେତ୍ରୀ ହରପ୍ରିୟା ସାହୁଙ୍କ ସହ ଶତାଧିକ କର୍ମୀ

ଭୁବନେଶ୍ୱର: ଆଜି ଶଙ୍ଖ ଭବନରେ ବିଜେଡିର ମିଶ୍ରଣ ପର୍ବଅନୁଷ୍ଠିତ ହୋଇଯାଇଛି । ଭଦ୍ରକ ଜିଲ୍ଲା ବିଜେପି ମହିଳା ମୋର୍ଚ୍ଚା ସଭାନେତ୍ରୀ ହରପ୍ରିୟା ସାହୁଙ୍କ ସହ ଶତାଧିକ ବିଜେପି କର୍ମୀ ଆଜି ବିଧିବଦ୍ଧ ଭାବେ ବିଜେଡିରେ ଯୋଗଦେଇଛନ୍ତି । ଶଙ୍ଖଭବନ ଠାରେ ରାଜ୍ୟସଭା ସାଂସଦ ଡକ୍ଟର ସସ୍ମିତ ପାତ୍ର ଓ କନ୍ଧମାଳ ଜିଲ୍ଲା ବିଜେଡି ପର୍ଯ୍ୟବେକ୍ଷକ ବିଜୟ ନାୟକଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଇଛନ୍ତି ।

ଦଳରେ ସାମିଲ୍ ହୋଇଥିବା ହରପ୍ରିୟା ସାହୁଙ୍କ ସହ ଶତାଧିକ ବିଜେପି କର୍ମୀଙ୍କୁ ଡକ୍ଟର ପାତ୍ର ଓ ଶ୍ରୀ ନାୟକ ଉପଢୌକନ ପୁଷ୍ପ ଗୁଚ୍ଛ ଦେଇ ସ୍ୱାଗତ କରିଥିଲେ । ଆଜି ବିଜେପି କର୍ମୀମାନଙ୍କ ଯୋଗଦାନ ଫଳରେ ବିଶେଷକରି ଭଦ୍ରକ ଜିଲ୍ଲାରେ ଦଳୀୟ ସଂଗଠନ ଆହୁରି ମଜଭୂତ ହେବ ବୋଲି ଡକ୍ଟର ପାତ୍ର ଓ ଶ୍ରୀ ନାୟକ କହିଥିଲେ ।

ଏହି ଅବସରରେ ବିଜେଡ଼ିରେ ସାମିଲ୍ ହୋଇଥିବା ହରପ୍ରିୟା ନାୟକ ନିଜ ପ୍ରତିକ୍ରିୟାରେ କହିଥିଲେ ଯେ, ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ କାର୍ଯ୍ୟ, ସ୍ୱଚ୍ଛ ଶାସନ, ନିର୍ମଳ ଭାବମୂର୍ତ୍ତି ଓ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଆଜି ବିଧିବଦ୍ଧ ଭାବେ ବିଜେଡିରେ ଯୋଗ ଦେଲି । ନୂତନ ଓଡ଼ିଶା ଗଠନ ଦିଗରେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋତେ ଯାହା ଦାୟିତ୍ୱ ଦେବେ ତାକୁ ସୂଚାରୁ ରୂପେ ତୁଲାଇବି ।

Comments are closed.