Latest Odisha News

BREAKING NEWS

ବିଜେଡିର ମିଶ୍ରଣ ପର୍ବ: ଶଙ୍ଖ ଫୁଙ୍କିଲେ ଆଠମଲ୍ଲିକ ନିର୍ବାଚନ ମଣ୍ଡଳୀର ବିଜେପି ନେତା ସଂଗ୍ରାମ ମହାପାତ୍ର

ଭୁବନେଶ୍ୱର: ଶଙ୍ଖ ଭବନରେ ଆଜି ବିଜେଡିର ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଆଠମଲ୍ଲିକ ନିର୍ବାଚନମଣ୍ଡଳୀର ବିଜେପି ନେତା ସଂଗ୍ରାମ ମହାପାତ୍ରଙ୍କ ସମେତ ଶତାଧିକ ବିଜେପି କର୍ମକର୍ତ୍ତା ଓ ନିର୍ବାଚିତ ପ୍ରତିନିଧି ଆନୁଷ୍ଠାନିକ ଭାବେ ଦଳରେ ଯୋଗଦେଇଛନ୍ତି ।

BjdElectrycity

ଏହି ଅବସରରେ ରାଜ୍ୟସଭା ସାଂସଦ ଡକ୍ଟର ସସ୍ମିତ ପାତ୍ର, ଆଠମଲ୍ଲିକ ଓ ଅନୁଗୁଳ ପର୍ଯ୍ୟବେକ୍ଷକ ଚିନ୍ମୟ ସାହୁ ଦଳରେ ସାମିଲ୍ ହୋଇଥିବା ସଂଗ୍ରାମ ମହାପାତ୍ର ଏବଂ ଶତାଧିକ ବିଜେପି କର୍ମକର୍ତ୍ତା ଓ ନିର୍ବାଚିତ ପ୍ରତିନିଧିଙ୍କୁ ଡକ୍ଟର ପାତ୍ର ଓ ଶ୍ରୀ ସାହୁ ଉପଢୌକନ ଦେଇ ଦଳକୁ ସ୍ୱାଗତ କରିଥିଲେ । ଆଜି ବିଜେପି କର୍ମୀଙ୍କ ଯୋଗଦାନ ଫଳରେ ବିଶେଷକରି ଆଠମଲ୍ଲିକ ନିର୍ବାଚନ ମଣ୍ଡଳୀରେ ଦଳୀୟ ସଂଗଠନ ଆହୁରି ମଜଭୂତ ହେବ ବୋଲି ଡକ୍ଟର ପାତ୍ର ଓ ଶ୍ରୀ ସାହୁ କହିଥିଲେ ।

ଏହି ଅବସରରେ ବିଜେଡ଼ିରେ ସାମିଲ୍ ହୋଇଥିବା ବିଜେପି ନେତା ସଂଗ୍ରାମ ମହାପାତ୍ର ନିଜ ପ୍ରତିକ୍ରିୟାରେ କହିଥିଲେ ଯେ, ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ କାର୍ଯ୍ୟ, ସ୍ୱଚ୍ଛ ଶାସନ, ନିର୍ମଳ ଭାବମୂର୍ତ୍ତି ଓ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଆଜି ବିଧିବଦ୍ଧ ଭାବେ ବିଜେଡିରେ ଯୋଗ ଦେଲି । ନୂତନ ଓଡ଼ିଶା ଗଠନ ଦିଗରେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋତେ ଯାହା ଦାୟିତ୍ତ୍ବ ଦେବେ ତାକୁ ସୂଚାରୁ ରୂପେ ତୁଲାଇବି ।

ସେ ଆହୁରି କହିଛନ୍ତି, ଦଳରେ ମୋତେ ଏବଂ ମୋ ସହ ଯୋଗ ଦେଇଥିବା ସମସ୍ତ ବିଜେପି କର୍ମୀଙ୍କୁ ଗ୍ରହଣ କରିଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଏବଂ ସମସ୍ତ ନେତୃବୃନ୍ଦଙ୍କୁ କୃତଜ୍ଞତା ଜ୍ଞାପନ କରୁଛୁ ।

Leave A Reply

Your email address will not be published.