Latest Odisha News

BREAKING NEWS

ଶ୍ରୀମନ୍ଦିରରେ ମହାପ୍ରଭୁ ଜଗନ୍ନାଥଙ୍କୁ ଦର୍ଶନ କଲେ ଜେ ପି ନଡ୍ଡା

ପୁରୀ: ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଶ୍ରୀମନ୍ଦିରରେ ତିନି ଠାକୁରଙ୍କୁ ଦର୍ଶନ କରିଛନ୍ତି । ଜେ ପି ନଡ୍ଡାଙ୍କ ସହ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଜ୍ୟ ବିଜେପି ସଭାପତି ସମୀର ମହାନ୍ତି, ଜାତୀୟ ମୁଖପାତ୍ର ସମ୍ବିତ ପାତ୍ର ଏବଂ ବିଜେପିର ବରିଷ୍ଠ ନେତାମାନେ ମଧ୍ୟ ଉପସ୍ଥିତ ଥିଲେ । ପୁରୀରୁ ସେ ଦିବଙ୍ଗତ ବିଧାୟକ ବିଷ୍ଣୁ ସେଠୀଙ୍କ ପରିବାରକୁ ସମବେଦନା ଜଣାଇବା ପାଇଁ ଭଦ୍ରକ ଜିଲ୍ଲା ତିହିଡିକୁ ଯିବେ ।

ପରେ  ଜନତା ମଇଦାନରେ ଆୟୋଜିତ ସଂଯୁକ୍ତ ମୋର୍ଚ୍ଚା ସମାବେଶରେ ଯୋଗଦେବେ । ଏହା ପରେ ଅପରାହ୍ନ ସାଢ଼େ ୫ଟାରେ ୟୁନିଟ-୯ ସ୍ଥିତ ୱାର୍ଡ ନମ୍ବର ୨୯ରେ ବୁଥ ବୈଠକରେ ଯୋଗ ଦେଇ ସନ୍ଧ୍ୟା ୭ଟାରେ ଦିଲ୍ଲୀ ଫେରିଯିବାର କାର୍ଯ୍ୟକ୍ରମ ରହିଛି ।

Leave A Reply

Your email address will not be published.