ଭୁବନେଶ୍ୱର: ଦୁଇ ଦିନିଆ ଓଡିଶା ଗସ୍ତରେ ଆସିଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା । ଗୁରୁବାର ସନ୍ଧ୍ୟାରେ ଏକ ସ୍ବତନ୍ତ୍ର ବିମାନ ଯୋଗେ ଦିଲ୍ଲୀରୁ ଆସି ଭୁବନେଶ୍ୱରରେ ପହଞ୍ଚିଛନ୍ତି ନଡ୍ଡା । ସେ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ସ୍ବାଗତ କରିଥିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ, ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ପ୍ରମୁଖ ।
ବିମାନବନ୍ଦରରୁ ସିଧାସଳଖ କୋଣାର୍କ ଯାଇ ସେଠାରେ ଇକୋ ରିଟ୍ରିଟରେ ରାତ୍ରିଯାପନ କରିବେ ଜେପି ନଡ୍ଡା ।
୨୮ ତାରିଖ ଅର୍ଥାତ ଆସନ୍ତାକାଲି ପ୍ରଥମଥର ପାଇଁ ପୁରୀରେ ଆୟୋଜନ ହେଉଥିବା ଜାତୀୟ ସ୍ବାସ୍ଥ୍ୟ ମିଶନ କାର୍ଯ୍ୟକ୍ରମ ସେ ଯୋଗଦେବେ । ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ ବିଭିନ୍ନ ରାଜ୍ୟରେ ଚାଲିଥିବା ସଫଳ ପ୍ରଦର୍ଶନକୁ କିପରି ସାରା ଦେଶରେ ଲାଗୁ କରାଯିବ ସେନେଇ ଚର୍ଚ୍ଚା ହେବ । ସମ୍ମିଳନୀରେ ଯୋଗଦେବେ ବିଭିନ୍ନ ରାଜ୍ୟର ସ୍ବାସ୍ଥ୍ୟମନ୍ତ୍ରୀଙ୍କ ସହ ସ୍ବାସ୍ଥ୍ୟ ସଚିବ ।
ଏହାପରେ ନଡ୍ଡା ଭୁବନେଶ୍ୱର ଫେରି ଦଳର ପ୍ରମୁଖ କାର୍ଯ୍ୟକର୍ତ୍ତାଙ୍କ ସହ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି ବୋଲି ଦଳ ପକ୍ଷରୁ ସୂଚନା ଦିଆଯାଇଛି ।
Comments are closed.