Latest Odisha News

BREAKING NEWS

ପ୍ରଦୀପ୍ତ ନାଏକ ହେଲେ ବିଜେପି ବିଧାୟକ ଦଳ ନେତା

ଭୁବନେଶ୍ୱର: ଭବାନୀପାଟଣା ବିଧାୟକ ପ୍ରଦୀପ୍ତ କୁମାର ନାଏକ ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ଭାବେ ଚୟନ ହୋଇଥିବା ନେଇ ବିଜେପି ପକ୍ଷରୁ ଘୋଷଣା କରାଯାଇଛି ।

ବିରୋଧୀ ଦଳର ନେତା ଚୟନ ଲାଗି ରବିବାର ଦିନ ରାଜ୍ୟ କାର୍ଯ୍ୟାଳୟରେ ନବନିର୍ବାଚିତ ବିଜେପି ବିଧାୟକ ଦଳ ବୈଠକ ଅନୁଷ୍ଠିତ ହୋଇଥିଲା । କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ସୁଶ୍ରୀ ସରୋଜ ପାଣ୍ଡେଙ୍କ ଉପସ୍ଥିତିରେ ଅନୁଷ୍ଠିତ ହୋଇଥିବା ଏହି ବୈଠକରେ ବିଜେପିର ସମସ୍ତ ବିଧାୟକମାନେ ଉପସ୍ଥିତ ଥିଲେ ।

ବୈଠକରେ ହୋଇଥିବା ନିଷ୍ପତି ଅନୁସାରେ ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହା ଆଜି ପ୍ରଦୀପ୍ତ କୁମାର ନାଏକଙ୍କୁ ବିଜେପି ବିଧାୟକ ଦଳ ନେତା ଭାବେ ଘୋଷଣା କରିଛନ୍ତି ବୋଲି ରାଷ୍ଟ୍ରୀୟ ସାଧାରଣ ସଂପାଦକ ଓ ରାଜ୍ୟ ପ୍ରଭାରୀ ଅରୁଣ ସିଂ ପ୍ରେସ ବିଜ୍ଞପ୍ତି ଜରିଆରେ ଜଣାଇଛନ୍ତି ।

Leave A Reply

Your email address will not be published.