Latest Odisha News

ବିଜେପିର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ

ଭୁବନେଶ୍ୱର: ବିଜେପିର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଭୁବନେଶ୍ୱର ଚନ୍ଦ୍ରଶେଖରପୁରରେ ଏକ ଘରୋଇ ହୋଟେଲରେ ଅନୁଷ୍ଠିତ ହେଉଛିି । ଏଥିରେ ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତି, ପ୍ରଭାରୀ ଡ଼ି ପୁରଣ୍ଡେଶ୍ୱରୀ, ସହ ପ୍ରଭାରୀ ବିଜୟ ପାଲ ସିଂ ତୋମାର, କେନ୍ଦ୍ରମନ୍ତ୍ରୀ ବିଶେଶ୍ୱର ଟୁଡ଼ୁ ତଥା ବିଜେପି ରାଷ୍ଟ୍ରୀୟ ଉପସଭାପତି ବୈଜୟନ୍ତ ପଣ୍ଡା ପ୍ରମୁଖ ଉପସ୍ଥିତ ରହିଛନ୍ତି । ଏହା ସହ ସମସ୍ତ ବିଧାୟକ, ସାଂସଦ, ଜିଲ୍ଲା ସଭାପତି ତଥା ପ୍ରଭାରୀ ଉପସ୍ଥିତ ଅଛନ୍ତି ।

ଆଗାମୀ ପୌର ଓ ପଞ୍ଚାୟତ ନିର୍ବାଚନରେ ବିଭିନ୍ନ ପ୍ରସଙ୍ଗ ନେଇ ମଇଦାନକୁ ଓହ୍ଲାଇବ ବିଜେପି । ଏନେଇ ରଣନୀତି ପ୍ରସ୍ତୁତ କରୁଛି । ଗତକାଲି ଆୟୋଜିତ ପଦାଧିକାରୀ ବୈଠକର ନିର୍ଯ୍ୟାସ ଓ ନିଷ୍ପତି ଉପରେ ଆଗତ ହୋଇଥିବା ରାଜନୈତିକ ଚିଠା ପ୍ରସ୍ତାବ ପାରିତ ହେବା ସହ ସାଂଗଠନିକ କାର୍ଯ୍ୟକ୍ରମ ଉପରେ ବିସ୍ତୃତ ଆଲୋଚନା ହେଉଛି ।

Leave A Reply

Your email address will not be published.