ଭୁବନେଶ୍ୱର: ରାଜ୍ୟର ସାଂପ୍ରତିକ ରାଜନୈତିକ ଓ ସାମାଜିକ ପ୍ରସଙ୍ଗକୁ ନେଇ ଆସନ୍ତା ୨୨ତାରିଖରେ ବିଜେପିର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହେବ । ଏହି ବୈଠକ ଭୁବନେଶ୍ୱରର ଏକ ହୋଟେଲରେ ଆୟୋଜିତ ହେବ । ଏହି ଅବସରରେ ଗୁରୁତ୍ୱପୂର୍ଣ୍ଣ ରାଜ୍ୟ ପଦାଧିକାରୀ, ଜିଲ୍ଲା ସଭାପତି ଓ ପ୍ରଭାରୀ ବୈଠକ ୨୧ ତାରିଖ ଅପରାହ୍ନରେ ରାଜ୍ୟ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହେବ । ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହେବାକୁ ଥିବା ଏହି ଗୁରୁତ୍ୱପୂର୍ଣ୍ଣ ରାଜ୍ୟ କାର୍ଯ୍ୟକାରିଣୀ ବୈଠକରେ ସମସ୍ତ କେନ୍ଦ୍ରମନ୍ତ୍ରୀ ,କ୍ଷେତ୍ରୀୟ ପ୍ରଭାରୀ ସୁନୀଲ ବଂଶଲ, ରାଜ୍ୟ ପ୍ରଭାରୀ ଡି.ପୁରନ୍ଦେଶ୍ୱରୀ, ସମସ୍ତ ସାଂସଦ ଓ ବିଧାୟକ, ରାଷ୍ଟ୍ରୀୟ ପଦାଧିକାରୀ, ରାଜ୍ୟ ପଦାଧିକାରୀ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ଜିଲ୍ଲା ସଭାପତି, ଜିଲ୍ଲା ପ୍ରଭାରୀ ଏବଂ ବିଭିନ୍ନ ମୋର୍ଚ୍ଚା ସଭାପତିମାନେ ପ୍ରମୁଖ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି ବୋଲି ରାଜ୍ୟ ସାଧାରଣ ସଂପାଦକ ଗୋଲକ ମହାପାତ୍ର ସୂଚନା ଦେଇଛନ୍ତି ।
BREAKING NEWS
- ପୂର୍ବତନ କ୍ରିକେଟର ତଥା ସାଂସଦ ୟୁସୁଫ ପଠାଣଙ୍କୁ ଗୁଜୁରାଟ ସରକାରଙ୍କ ବଡ ଉପହାର
- ବିସ୍କୁଟରେ ମିଶୁଛି ଚୋକଡ, କ୍ଷୀରରେ ଡ଼ିଟରଜେଣ୍ଟ; ଏଫଏସଏସଏଆଇ ବଡ଼ କାର୍ଯ୍ୟାନୁଷ୍ଠାନ…
- ଭୁବନେଶ୍ୱର ବିମାନବନ୍ଦରରୁ ୩ କୋଟିର ଗଞ୍ଜେଇ ଜବତ, ୩ ଅଟକ…
- ଟାଇଗର ଶ୍ରଫ୍ଙ୍କୁ ଫାୟାରିଂ ପଛର ସତ୍ୟ ବାହାର କଲା ପୋଲିସ: ଚାକିରି ଓ ଟଙ୍କା ଲୋଭରେ କରାଯାଇଥିଲା ଆକ୍ରମଣ
- ଦେଶବାସୀଙ୍କୁ ମୋହନ ଭାଗବତଙ୍କ ସମ୍ୱୋଧନ: କହିଲେ, ଏକତା ଓ ପ୍ରଗତି ରାସ୍ତାରେ ଆମେ ଆଗକୁ ବଢ଼ିବା ଦରକାର
- ରେଲୱେ ଟ୍ରାକ ନିକଟରେ କୁମ୍ଭୀର, ଚିନ୍ତାରେ ଲୋକେ
- ଦଶହରା ଶୁଭେଚ୍ଛା: ରାଜ୍ୟବାସୀଙ୍କ ସୁଖ ଓ ସମୃଦ୍ଧି କାମନା କଲେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ
- ମା’କୁ ମାରି ରୋଷେଇ ଘରେ ପ୍ଲାଷ୍ଟର କରିବା ଘଟଣା: ପୁଅକୁ ଝାଡ଼ଖଣ୍ଡରୁ ଗିରଫ କଲା ପୋଲିସ
- ମ୍ୟାଟ୍ରିମୋନିଆଲ୍ ସାଇଟ୍ରେ ପ୍ରେମ ଜାଲ: ବିବାହ ଆଶା ଦେଖାଇ କୋଟିଏ ଟଙ୍କା ଚୂନ
- ଭାରତରୁ ନିଜ ଦେଶ ଇଣ୍ଡୋନେସିଆକୁ ଫେରିଲା ଓରାଙ୍ଗଉଟାନ ଶାବକ

Comments are closed.