Latest Odisha News

ଆଜିଠୁ ବିଜେପିର କାର୍ଯ୍ୟକାରିଣୀ ବୈଠକ, ଯୋଗଦେବେ ଜେପି ନଡ୍ଡା

ପୁରୀ: ଆଜିଠୁ ବିଜେପିର ଦୁଇ ଦିନିଆ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ । ପୁରୀ ବଳିଆପଣ୍ଡା ସ୍ଥିତ ଏକ ହୋଟେଲରେ ବସିବ ବୈଠକ । ପ୍ରତିଶ୍ରୁତି ପୂରଣ ପାଇଁ ପ୍ରସ୍ତୁତ ହେବ ସରକାରଙ୍କ ରୋଡ୍ ମ୍ୟାପ୍ । ବୈଠକରେ ଯୋଗ ଦେବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସହ ରହିବେ ଅନ୍ୟ କେନ୍ଦ୍ର ମନ୍ତ୍ରୀ ଓ ସାଂସଦ ।

ନିର୍ବାଚନ ପରବର୍ତ୍ତୀ ଅବସ୍ଥାରେ କେନ୍ଦ୍ରରେ ତୃତୀୟ ଥର ଏବଂ ଓଡ଼ିଶାରେ ବିଜେପି ପ୍ରଥମ ଥର ସରକାର ଗଠନ ହେବା ପରେ ବୈଠକ ହେଉଛି । ଆଜି ସକାଳ ୧୦ଟା ୩୦ରେ ହେବ ପଦାଧିକାରୀ ବୈଠକ । ଏହାପରେ ଅପରାହ୍ନ ୨.୩୦ରେ କାର୍ଯ୍ୟକାରିଣୀ ବୈଠକକୁ ଉଦଘାଟନ କରିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା । ଜୁଲାଇ ୨୦ ତାରିଖ ସନ୍ଧ୍ୟା ପର୍ଯ୍ୟନ୍ତ ଚାଲିବ ଏହି ବୈଠକ । ବୈଠକରେ ମୁଖ୍ୟମନ୍ତ୍ରୀ, ସବୁ ମନ୍ତ୍ରୀ, ସାଂସଦ, ବିଧାୟକ, କେନ୍ଦ୍ର ମନ୍ତ୍ରୀଙ୍କ ସମେତ ନିର୍ବାଚନ ଦାୟିତ୍ୱରେ ଥିବା ବିଧାନସଭା ଓ ଲୋକସଭା ସଂଯୋଜକ, ଜିଲ୍ଲା ସଭାପତି, ସାଧାରଣ ସଂପାଦକ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସମସ୍ତ ମୋର୍ଚ୍ଚା ସଭାପତି ପ୍ରମୁଖ ଉପସ୍ଥିତ ରହିବେ।

ଏମାନଙ୍କ ବ୍ୟତୀତ କ୍ଷେତ୍ରୀୟ ପ୍ରଭାରୀ ସୁନୀଲ ବଂଶଲ, ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂ ତୋମାର, ସହ ପ୍ରଭାରୀ ଲତା ଉସେଣ୍ଡି ବି ଉପସ୍ଥିତ ରହିବେ। ବୈଠକରେ ରାଜନୈତିକ ପରିସ୍ଥିତି, ସାମ୍ପ୍ରତିକ ସରକାରର ଜନ କଲ୍ୟାଣ କାର୍ଯ୍ୟକ୍ରମ, ଦେଇଥିବା ପ୍ରତିଶ୍ରୁତି ପୂରଣ ବିଷୟରେ ଚର୍ଚ୍ଚା ହେବା ସହ ଆଗାମୀ ରଣନୀତି ପ୍ରସ୍ତୁତ କରାଯିବ।

Comments are closed.