Latest Odisha News

BREAKING NEWS

ଅଗଷ୍ଟ ୯ ରୁ ୧୯ ପର୍ଯ୍ୟନ୍ତ ବିଜେପି ପାଳିବ ବିଭିନ୍ନ କାର୍ଯ୍ୟକ୍ରମ

ଭୁବନେଶ୍ୱର: ଆସନ୍ତା ଅଗଷ୍ଟ ୯ ତାରିଖରେ ରାଜ୍ୟରେ କ୍ରାନ୍ତି ଦିବସ ପାଳନ କରାଯିବ । ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କ ନିର୍ଦ୍ଦେଶକ୍ରମେ ଦେଶ ପାଇଁ ଯେଉଁମାନେ ପ୍ରାଣବଳୀ ଦେଇଛନ୍ତି ଓ ଜେଲ କାରାବରଣ ଭୋଗିଛନ୍ତି, ସେମାନଙ୍କୁ ସ୍ମରଣ କରିବା ପାଇଁ ଏହି ଦିବସ ପାଳନ କରାଯିବ । ଏହି ଅବସରରେ ପ୍ରତ୍ୟେକ ଜିଲ୍ଲାରେ ସ୍ଥାନୀୟ ଶହୀଦମାନଙ୍କୁ ସ୍ମରଣ କରାଯାଇ ସାଇକଲ ଯାତ୍ରା, ପଦଯାତ୍ରା, ବାଇକ ରାଲିମାନ ଅନୁଷ୍ଠିତ ହେବ । ଏନେଇ ଆଜି ସୂଚନା ଦେଇଛନ୍ତି ରାଜ୍ୟ ସଭାପତି ମନମୋହନ ସାମଲ ।

ସେ ଆହୁରି କହିଛନ୍ତି ଯେ, ଗତ କିଛିବର୍ଷ ଧରି ପାର୍ଟିର କାର୍ଯ୍ୟକର୍ତାମାନେ ସମସ୍ତ ଦେଶବାସୀଙ୍କ ସହ ମିଶି ସାରା ଦେଶରେ ହର୍ଷୋଲ୍ଲାସ ସହିତ ଦେଶର ଏକତା ତଥା ଅଖଣ୍ଡତା ଉଦ୍ଦେଶ୍ୟରେ ‘ହର ଘର ତ୍ରିରଙ୍ଗା’, ‘ତ୍ରିରଙ୍ଗା ଯାତ୍ରା’ ଆଦି ବିଭିନ୍ନ କାର୍ଯ୍ୟକ୍ରମ ମାଧ୍ୟମରେ ପାଳନ କରି ଆସୁଛନ୍ତି । ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କ ନିର୍ଦ୍ଦେଶକ୍ରମେ ଦେଶ ପାଇଁ ଯେଉଁମାନେ ପ୍ରାଣବଳୀ ଦେଇଛନ୍ତି ଓ ଜେଲ କାରାବରଣ ଭୋଗିଛନ୍ତି, ସେମାନଙ୍କୁ ସ୍ମରଣ କରିବା ପାଇଁ ଆସନ୍ତା ଅଗଷ୍ଟ ୯ ତାରିଖରେ କ୍ରାନ୍ତି ଦିବସ ପାଳନ କରାଯିବ ।

ସେହିପରି, ଅଗଷ୍ଟ ୧୧ ରୁ ୧୪ ତାରିଖ ପର୍ଯ୍ୟନ୍ତ ତ୍ରିରଙ୍ଗା ଯାତ୍ରା; ୧୧ ରୁ ୧୪ ପର୍ଯ୍ୟନ୍ତ ମହାପୁରୁଷଙ୍କ ପ୍ରତିମୂର୍ତ୍ତି ଓ ଚାରି ପାଖରେ ସ୍ୱଚ୍ଛତା ଅଭିଯାନ; ୧୩ ରୁ ୧୫ ଅଗଷ୍ଟ ପର୍ଯ୍ୟନ୍ତ ପ୍ରତ୍ୟେକ ଘର ଓ ଅନୁଷ୍ଟାନରେ ‘ହର ଘର ତ୍ରିରଙ୍ଗା’ ଉତୋଳନ କରାଯିବା ସହିତ ମହାପୁରୁଷ ଏବଂ ବରପୁତ୍ରମାନଙ୍କ ପ୍ରତିମୂର୍ତି ଓ ସ୍ମାରକୀ ଉପରେ ପୁଷ୍ପାଞ୍ଜଳୀ ଅର୍ପଣ କରାଯିବ ବୋଲି ରାଜ୍ୟ ସଭାପତି ମନମୋହନ ସାମଲ ଆଜି ଏହି ସୂଚନା ଦେଇଛନ୍ତି ।

ସେହିପରି ୧୪ ଅଗଷ୍ଟ ୧୯୪୭ରେ ଭାରତର ବିଭାଜନ ହେତୁ ଲକ୍ଷ ଲକ୍ଷ ଲୋକଙ୍କ ହତ୍ୟା ଓ ବିସ୍ଥାପନର ହୋଇଥିଲା । ଦେଶ ବିଭାଜନ ନିଷ୍ପତ୍ତି ଭୁଲ୍ ଥିଲା । ଏହି ଯନ୍ତ୍ରଣାଦାୟକ ଦିନକୁ ‘ବିଭାଜନ ବିଭୀଷିକା ସ୍ମୃତି ଦିବସ’ ଭାବେ ପାଳନ କରାଯିବା ସହିତ ଶ୍ରଦ୍ଧାଞ୍ଜଳୀ ଅର୍ପଣ କରାଯାଇ ସନ୍ଧ୍ୟାରେ ନୀରବ ଶୋଭାଯାତ୍ରା ଅନୁଷ୍ଠିତ ହେବ । ଅଗଷ୍ଟ ୧୬ ତାରିଖ ଦିନ ଭାରତରତ୍ନ ତଥା ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ୱର୍ଗତଃ ଅଟଳ ବିହାରୀ ବାଜପେୟୀଙ୍କ ପୂଣ୍ୟତିଥି ପାଳନ କରାଯିବା ସହିତ ୧୯ ଅଗଷ୍ଟରେ ପବିତ୍ର ରକ୍ଷାବନ୍ଧନ ଉତ୍ସବ ପାଳନ କରାଯିବ ।

ଏ ସମସ୍ତ କାର୍ଯ୍ୟକ୍ରମ ମଣ୍ଡଳସ୍ତରରୁ ରାଜ୍ୟ ପର୍ଯ୍ୟନ୍ତ ପାଳନ କରାଯିବ ଏବଂ ପାର୍ଟିର ସମସ୍ତ ପଦାଧିକାରୀ, କାର୍ଯ୍ୟକର୍ତ୍ତା, ଜନପ୍ରତିନିଧି ଏଥିରେ ସାମିଲ ହେବେ । ସାଧାରଣ ଜନତା ମଧ୍ୟ ଏ ସମସ୍ତ କାର୍ଯ୍ୟକ୍ରମରେ ଯୋଗ ଦେବା ପାଇଁ ରାଜ୍ୟ ସଭାପତି ଶ୍ରୀ ସାମଲ ପ୍ରତ୍ୟେକ ଓଡିଶାବାସୀଙ୍କୁ ନିବେଦନ କରିଛନ୍ତି ।

Comments are closed.