Latest Odisha News

BREAKING NEWS

ଆସନ୍ତା ୨୯ରେ ବିଜେପିର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ

ଭୁବନେଶ୍ୱର: ରାଜ୍ୟର ସାଂପ୍ରତିକ ରାଜନୈତିକ ଓ ସାମାଜିକ ପ୍ରସଙ୍ଗକୁ ନେଇ ଆସନ୍ତା ୨୯ତାରିଖରେ ବିଜେପିର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହେବ । ଗୁରୁତ୍ୱପୂର୍ଣ୍ଣ ରାଜ୍ୟ ପଦାଧିକାରୀ, ଜିଲ୍ଲା ସଭାପତି ଓ ପ୍ରଭାରୀ ବୈଠକ ଆସନ୍ତା ୨୮ତାରିଖ ଅପରାହ୍ନରେ ରାଜ୍ୟ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହେବ ।

ରାଜ୍ୟ ସଭାପତି  ସମୀର ମହାନ୍ତିଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହେବାକୁ ଥିବା ଏହି ଗୁରୁତ୍ୱପୂର୍ଣ୍ଣ ରାଜ୍ୟ କାର୍ଯ୍ୟକାରିଣୀ ବୈଠକରେ କେନ୍ଦ୍ରମନ୍ତ୍ରୀ  ଧର୍ମେନ୍ଦ୍ର ପ୍ରଧାନଙ୍କ ସମେତ ରାଜ୍ୟ ସହ ପ୍ରଭାରୀ ବିଜୟ ପାଲ ସିଂ ତୋମାର, ସମସ୍ତ ସାଂସଦ ଓ ବିଧାୟକ, ରାଷ୍ଟ୍ରୀୟ ପଦାଧିକାରୀ, ରାଜ୍ୟ ପଦାଧିକାରୀ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ଜିଲ୍ଲା ସଭାପତି, ଜିଲ୍ଲା ପ୍ରଭାରୀ ଏବଂ ବିଭିନ୍ନ ମୋର୍ଚ୍ଚା ସଭାପତିମାନେ ପ୍ରମୁଖ ଯୋଗ ଦେବେ ।

୨୯ତାରିଖରେ ହେବାକୁ ଥିବା ଏହି କାର୍ଯ୍ୟକାରିଣୀ ବୈଠକ ଫୁଲନଖରା, କୁରାଙ୍ଗସ୍ଥିତ ‘ମୀରା କୋର୍ଟୟାର୍ଡ’ଠାରେ ଅନୁଷ୍ଠିତ ହେବ ବୋଲି ରାଜ୍ୟ ସାଧାରଣ ସଂପାଦକ ଶ୍ରୀ ଗୋଲକ ମହାପାତ୍ର ସୂଚନା ଦେଇଛନ୍ତି ।

Leave A Reply

Your email address will not be published.