Latest Odisha News

BREAKING NEWS

ବିଜେଡିର ମିଶ୍ରଣ ପର୍ବ: ଦଳରେ ଯୋଗ ଦେଲେ ଶତାଧିକ କଂଗ୍ରେସ ଓ ବିଜେପି କର୍ମୀ

ଭୁବନେଶ୍ୱର: କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ ନିର୍ବାଚନମଣ୍ଡଳୀ ଅନ୍ତର୍ଗତ କୋକସରା ବ୍ଲକ ଅଧ୍ୟକ୍ଷା, ଉପାଧ୍ୟକ୍ଷ, ୨୨ ପଞ୍ଚାୟତର ସରପଞ୍ଚ ଓ ସମିତିସଭ୍ୟମାନଙ୍କ ସହ ଧର୍ମଗଡ଼ ଓ କଲ୍ୟାଣପୁର ବ୍ଲକର ଶତାଧିକ କଂଗ୍ରେସ ଓ ବିଜେପି କର୍ମୀ ଆଜି ଶଙ୍ଖଭବନଠାରେ ବିଜେଡିରେ ଯୋଗ ଦେଇଛନ୍ତି । ରାଜ୍ୟସଭା ସାଂସଦ ସୁଜିତ କୁମାର, ଧର୍ମଶାଳା ବିଧାୟକ ତଥା କଳାହାଣ୍ଡି ପର୍ଯ୍ୟବେକ୍ଷକ ପ୍ରଣବ ବଳବନ୍ତରାୟଙ୍କ ଉପସ୍ଥିତିରେ ଦଳରେ ଯୋଗ ଦେଇଛନ୍ତି ।

ଦଳରେ ସାମିଲ୍ ହୋଇଥିବା ସମସ୍ତ ବିଜେପି ଓ କଂଗ୍ରେସ କର୍ମୀଙ୍କୁ ଶ୍ରୀ କୁମାର, ଶ୍ରୀ ବଳବନ୍ତରାୟ ଉପଢୌକନ ଦେଇ ଦଳକୁ ସ୍ୱାଗତ କରିଥିଲେ। ବିଜେପି ଓ କଂଗ୍ରେସ କର୍ମୀଙ୍କ ଯୋଗଦାନ ଫଳରେ ବିଶେଷକରି କଳାହାଣ୍ଡି ଜିଲ୍ଲାରେ ଦଳୀୟ ସଂଗଠନ ଆହୁରି ମଜଭୂତ ହେବ ବୋଲି ଶ୍ରୀ କୁମାର ଓ ଶ୍ରୀ ବଳବନ୍ତରାୟ କହିଥିଲେ । ଏହି ଅବସରରେ ବିଜେଡ଼ିରେ ସାମିଲ୍ ହୋଇଥିବା କୋକସରା ବ୍ଲକ ଅଧ୍ୟକ୍ଷା ରୀତା ଅଗ୍ରୱାଲ ଓ ଉପାଧ୍ୟକ୍ଷ ରାଜୀବ ଅଗ୍ରୱାଲ ନିଜ ପ୍ରତିକ୍ରିୟାରେ କହିଥିଲେ ଯେ, ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ କାର୍ଯ୍ୟକଳାପ ଓ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଆଜି ବିଧିବଦ୍ଧ ଭାବେ ବିଜେଡିରେ ଯୋଗ ଦେଲୁ।

ଦଳରେ ଆମକୁ ଗ୍ରହଣ କରିଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଏବଂ ସମସ୍ତ ନେତୃବୃନ୍ଦଙ୍କୁ କୃତଜ୍ଞତା ଜ୍ଞାପନ କରୁଛୁ । ଏହି ମିଶ୍ରଣ ପର୍ବ ଶେଷରେ ବିଜେଡ଼ି ମୁଖପାତ୍ର ଡଃ ପ୍ରିୟବ୍ରତ ମାଝୀ ଧନ୍ୟବାଦ ଅର୍ପଣ କରିଥିଲେ । ଏହି ମିଶ୍ରଣ ପର୍ବରେ ଅନ୍ୟମାନଙ୍କ ମଧ୍ୟରେ ପୂର୍ବତନ ବିଧାୟକ ତଥା କଳାହାଣ୍ଡି ଜିଲ୍ଲା ସଭାପତି ପୁଷ୍ପେନ୍ଦ୍ର ସିଂହଦେଓ, ଧର୍ମଗଡ଼ ବିଧାୟକ ମୌସଧି ବାଘ ପ୍ରମୁଖ ଉପସ୍ଥିତ ଥିଲେ ।

Leave A Reply

Your email address will not be published.