Latest Odisha News

BREAKING NEWS

ସୁକିନ୍ଦା ବିଜୁ ଜନତା ଦଳ ପକ୍ଷରୁ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ

ଯାଜପୁର: ଯାଜପୁର ଜିଲ୍ଲା ସୁକିନ୍ଦା ଠାରେ ଓଡ଼ିଶା ମୋ ପରିବାର ଆନୁକୂଲ୍ୟରେ ଜୀବନ ବିନ୍ଦୁ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟ ବିଜୁ ଜନତା ଦଳ ପକ୍ଷରୁ ଏହି ସ୍ବେଚ୍ଛାକୃତ ରକ୍ତଦାନ ଶିବିରର ଆୟୋଜନ କରାଯାଇଥିଲା। ସୁକିନ୍ଦା ବିଧାୟକ ପ୍ରିତିରଞ୍ଜନ ଘଡାଇ ଏଥିରେ ଯୋଗ ଦେଇ ଏହି ଶିବିରକୁ ଉଦଘାଟନ କରିଥିଲେ।

ଏଥିରେ ସ୍ଥାନୀୟ ଅଞ୍ଚଳର ବହୁ ବ୍ୟକ୍ତିବିଶେଷ ଏବଂ ବିଜୁ ଜନତା ଦଳର ବହୁ ନେତା ଓ କର୍ମୀ ସାମିଲ ହୋଇ ରକ୍ତଦାନ କରିଛନ୍ତି। ବିଜୁ ଜନତା ଦଳର ବହୁ କର୍ମକର୍ତ୍ତା ଏହି ଶିବିରକୁ ସୁଚାରୁ ରୂପେ ପରିଚାଳନା କରିଥିବା ବେଳେ ବିଧାୟକ ରକ୍ତଦାତା ମାନଙ୍କୁ ଉତ୍ସାହିତ କରିଥିଲେ। ସରକାରଙ୍କ କୋଭିଡ୍ ଗାଇଡଲାଇନ ଅନୁଯାୟୀ ଏହି ରକ୍ତଦାନ ଶିବିରର ଆୟୋଜନ କରାଯାଇଥିଲା।

Leave A Reply

Your email address will not be published.