Latest Odisha News

BREAKING NEWS

ପୁଣି ଭୁବନେଶ୍ୱରକୁ ଫେରିଲା କଣ୍ଟେନମେଣ୍ଟ ଜୋନ୍‌

ଭୁବନେଶ୍ୱର: ରାଜଧାନୀକୁ ଫେରିଲା କଣ୍ଟେନମେଣ୍ଟ ଜୋନ । ରାଜ୍ୟରେ କରୋନା ସଂକ୍ରମଣ ଧୀରେ ଧୀରେ କମୁଥିଲେ ମଧ୍ୟ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । କରୋନା ସଂକ୍ରମଣ ବୃଦ୍ଧି ପାଇବାରୁ ପୁଣିଥରେ ରାଜଧାନୀକୁ କଣ୍ଟେନମେଣ୍ଟ ଜୋନ୍‌ ଫେରିଛି । ଏକାଧିକ ପଜିଟିଭ୍ ଚିହ୍ନଟ ପରେ ଫରେଷ୍ଟ ପାର୍କ ଅଞ୍ଚଳର ରାଜେନ୍ଦ୍ର ବିହାର ଆପାର୍ଟମେଣ୍ଟକୁ ଘୋଷଣା ହୋଇଛି କଣ୍ଟେନମେଣ୍ଟ ଜୋନ । ଏହି ଆପାର୍ଟମେଣ୍ଟର ୧୦ଟି ଫ୍ଲାଟକୁ କଣ୍ଟେନମେଣ୍ଟ ଜୋନ ଭାବେ ଘୋଷଣା କରାଯାଇଛି । କଣ୍ଟେମେଣ୍ଟ ଜୋନ ଭିତରକୁ ବାହାର ଲୋକଙ୍କ ପ୍ରବେଶ ଉପରେ ଲାଗିଛି କଟକଣା । ସେହିପରି କଣ୍ଟେନମେଣ୍ଟ ଜୋନ ଭିତରର ଲୋକଙ୍କୁ ବାହାରକୁ ଆସିବାକୁ ବାରଣ କରାଯାଇଛି ।

କଣ୍ଟେନମେଣ୍ଟ୍ ଜୋନ୍ ଘୋଷଣା ପରେ ସମ୍ପୃକ୍ତ ଅଞ୍ଚଳକୁ ଲୋକଙ୍କ ଯିବା ଆସିବା ଉପରେ କଟକଣା ଜାରି ହୋଇଛି। ଅଞ୍ଚଳର ସମସ୍ତ ଦୋକାନ ବଜାର ଓ ଅନ୍ୟ ସରକାରୀ ଏବଂ ଘରୋଇ ପ୍ରତିଷ୍ଠାନକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। କଣ୍ଟେନମେଣ୍ଟ ଜୋନ୍ ଅଞ୍ଚଳ ଲୋକଙ୍କୁ ବିଏମ୍‌ସି ପକ୍ଷରୁ ଅତ୍ୟାବଶ୍ୟକ ସାମଗ୍ରୀ ଯୋଗାଇ ଦେବାକୁ ବ୍ୟବସ୍ଥା ହୋଇଛି।

Leave A Reply

Your email address will not be published.