Latest Odisha News

BREAKING NEWS

ପୂର୍ବତନ ବିଏମସି ମେୟର୍ ଅନନ୍ତ ଜେନା ବିଜେଡ଼ି ସାଧାରଣ ସମ୍ପାଦକ ଭାବେ ନିଯୁକ୍ତ

ଭୁବନେଶ୍ୱର: ପୂର୍ବତନ ଭୁବନେଶ୍ୱର ମ୍ୟୁନିସିପାଲ କର୍ପୋରେସନ ମେୟର୍ ଅନନ୍ତ ନାରାୟଣ ଜେନାଙ୍କୁ ଗୁରୁବାର ଦିନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜେଡ଼ିର ସାଧାରଣ ସମ୍ପାଦକ ଭାବେ ନିଯୁକ୍ତ କରିଛନ୍ତି ।

ନିକଟରେ ଶ୍ରୀ ଜେନାଙ୍କୁ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡ଼ିଏ)ର ଅଧ୍ୟକ୍ଷ ଭାବେ ନିଯୁକ୍ତି ଦିଆଯାଇଥିଲା । ସେ ମଧ୍ୟ ଭୁବନେଶ୍ୱର ଜିଲ୍ଲା ସାଂଗଠନିକ ତଥା କେନ୍ଦୁଝର ଜିଲ୍ଲା ପାଟଣା ନିର୍ବାଚନ ମଣ୍ଡଳୀର ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତ ହୋଇଛନ୍ତି ।

ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ଇତିମଧ୍ୟରେ ପାରାଦୀପ ଏନଏସିର ପୂର୍ବତନ ଅଧ୍ୟକ୍ଷ ଗୋବିନ୍ଦ ତରାଇଙ୍କ ନିଲମ୍ବନ ଆଦେଶ ପ୍ରତ୍ୟାହାର କରିନେଇଥିବା ବିଜେଡ଼ି ରାଜ୍ୟ ସମ୍ପାଦକ ବିଜୟ ନାୟକ ଏକ ପ୍ରେସ ବିବୃତି ମାଧ୍ୟମରେ ଜଣାଇଛନ୍ତି ।

Leave A Reply

Your email address will not be published.