ଭୁବନେଶ୍ୱର: ରାଜଧାନୀରେ ବଢୁଛି କରୋନା ସଂକ୍ରମଣ । ଏକାଧିକ ସଂକ୍ରମିତ ଚିହ୍ନଟ ପରେ ସିଲ୍ ହେଲା ବାଣୀବିହାର ସ୍ଥିତ ଭୁବନେଶ୍ୱର ଡିସିପିଙ୍କ କାର୍ଯ୍ୟାଳୟ । ବିଏମସି ପକ୍ଷରୁ ଅଫିସ୍ ସିଲ୍ କରାଯାଇଛି । ଡିସିପିଙ୍କ କାର୍ଯ୍ୟାଳୟକୁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରିଛି ବିଏମସି । ଏନେଇ ବିଏମସି ଦକ୍ଷିଣ ପୂର୍ବ ଜୋନାଲ୍ ଡେପୁଟୀ କମିଶନର ମହେନ୍ଦ୍ର କୁମାର ବଢ଼େଇ ସୂଚନା ଦେଇଛନ୍ତି ।
ଭୁବନେଶ୍ୱର ଡିସିପି ଅଫିସରୁ ୪ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ୨୦ ଜଣଙ୍କର ନମୁନା ପରୀକ୍ଷା ହୋଇଥିଲା । ଏକାଧିକ ସଂକ୍ରମିତ ଚିହ୍ନଟ ହେବା ପରେ ଭୁବନେଶ୍ୱର ଡିସିପିଙ୍କ କାର୍ଯ୍ୟାଳୟକୁ ୨ ଦିନ ପାଇଁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରାଯାଇଛି ।
Comments are closed.