Latest Odisha News

BREAKING NEWS

ମାର୍ଚ୍ଚ ୧୦ରେ ମାଟ୍ରିକ୍‌ ପରୀକ୍ଷା, ଫେବୃଆରୀ ୧୫ରୁ ପ୍ରାକ୍ଟିକାଲ୍‌ ପରୀକ୍ଷା ଆରମ୍ଭ

ଭୁବନେଶ୍ବର : ମାର୍ଚ୍ଚ ୧୦ରୁ ଆରମ୍ଭ ହେବ ମାଟ୍ରିକ୍‌ ପରୀକ୍ଷା  । ସ୍କୁଲ୍‌ରେ ପରୀକ୍ଷା ଦେବେ ଛାତ୍ରଛାତ୍ରୀ  ।  ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ପକ୍ଷରୁ ଦିଆଯାଇଛି ସୂଚନା  । ଏହି ପରୀକ୍ଷା ୧୦ ରୁ ଆରମ୍ଭ ହୋଇ ୨୦ ତାରିଖରେ ଶେଷ ହେବା ନେଇ ସୂଚନା ରହିଛି  । ଏନେଇ ବୋର୍ଡ ବୋର୍ଡ ପକ୍ଷରୁ ପରୀକ୍ଷା କାର୍ଯ୍ୟସୂଚୀ ପ୍ରକାଶ ପାଇଛି । ତେବେ ଏହି ପରୀକ୍ଷା ସକାଳ ୮ ରେ ଆରମ୍ଭ ହୋଇ ୧୦ ଟାରେ ସରିବା ନେଇ କାର୍ଯ୍ୟସୂଚୀରେ ଉଲ୍ଲେଖ ରହିଛି  ।

ଭୋକେସନାଲ ଟ୍ରେଡ ବ୍ୟତୀତ ଅନ୍ୟ ସମସ୍ତ ବିଷୟରେ ୮୦ ମାର୍କର ପରୀକ୍ଷା କରାଯିବ  ।ଏଥିରେ ୫୦ ନମ୍ବର ସଂକ୍ଷିପ୍ତ ଉତ୍ତରମୂଳକ(MCQ) ପ୍ରଶ୍ନ ରହିବ ଯାହାର ଉତ୍ତରକୁ ଓଏମ୍‌ଆର୍‌(OMR) ସିଟ୍‌ରେ ପୂରଣ କରାଯିବ  । ତେବେ ଅବଶିଷ୍ଟ ୩୦ ନମ୍ବର ସବ୍‌ଜେକ୍‌ଟିଭ୍‌ ପ୍ରଶ୍ନ ରହିବ ଓ ଏହାର ଉତ୍ତର ପ୍ରଶ୍ନପତ୍ର ବୁକ୍‌ଲେଟ୍‌ରେ ଲେଖିବାକୁ ପଡ଼ିବ  । ଏଥିସହ ଗଣିତ ବିଷୟରେ ଛାତ୍ରଛାତ୍ରୀଙ୍କୁ ଅତିରିକ୍ତ ୧୫ ମିନିଟ୍‌ ମିଳିବ  । ଅର୍ଥାତ୍‌ ଗଣିତ ପରୀକ୍ଷା ଅବଧି ୨ ଘଣ୍ଟା ୧୫ ମିନିଟ୍‌ ରହିବ  ।

ତେବେ ବୋର୍ଡ  କାର୍ଯ୍ୟସୂଚୀ ଅନୁସାରେ ମାର୍ଚ୍ଚ୧୦ ତାରିଖ ଶୁକ୍ରବାର ଦିନ ପ୍ରଥମ ଭାଷା ଓଡ଼ିଆ, ହିନ୍ଦୀ, ବଙ୍ଗଳା, ଉର୍ଦ୍ଦୁ, ତେଲୁଗୁ, ଅଲଟରନେଟିଭ ଇଂରାଜୀ ଭାଷାରେ ପରୀକ୍ଷା ଦେବେ ଛାତ୍ର ଛାତ୍ରୀ । ସେହିପରି ୧୩ ତାରିଖ ସେମାବାର ଦିନ ଦ୍ୱିତୀୟ ଭାଷା ଇଂରାଜୀ, ହିନ୍ଦୀ, ଅନ୍ୟପଟରେ ମୂକ ବଧୀରଙ୍କ ଦେଇପାରିବେ ପରିବେଶ ଜନସଂଖ୍ୟା  । ୧୪ ତାରିଖ ମଙ୍ଗଳବାର ତୃତୀୟ ଭାଷା ହିନ୍ଦୀ, ଓଡ଼ିଆ, ପାର୍ସି, ସଂସ୍କୃତ  । ୧୬ ତାରିଖ ଗୁରୁବାର ଦିନ ସାଧାରଣ ବିଜ୍ଞାନ ଏବଂ ୧୮ ତାରିଖ ଦିନ ସାମାଜିକ ବିଜ୍ଞାନ ଓ ୨୦ ତାରିଖ ଦିନ ଗଣିତ ପରୀକ୍ଷା ଅନୁଷ୍ଠିତ ହେବ  । ସେହିପରି ଭୋକେସ୍‌ନାଲ ଟ୍ରେଡ୍‌  ପ୍ରାକ୍ଟିକାଲ୍‌ ପରୀକ୍ଷା ନିଜ ନିଜ ସ୍କୁଲରେ ଫେବୃଆରୀ ୧୫ ରୁ ୧୮ ତାରିଖ ମଧ୍‌ୟରେ ଅନୁଷ୍ଠିତ ହେବ ବୋଲି ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି  ।

ସେହିପରି ମଧ୍ୟମା(ସଂସ୍କୃତ‌ ଟୋଲ) ପରୀକ୍ଷା କାର୍ଯ୍ୟସୂଚୀ ଅନୁସାରେ, ମାର୍ଚ୍ଚ ୧୦ ତାରିଖରେ ପେପର-୪(ଓଡ଼ିଆ), ମାର୍ଚ୍ଚ ୧୩ ତାରିଖରେ ପେପର-୮(ଇଂରାଜୀ), ମାର୍ଚ୍ଚ ୧୪ ତାରିଖରେ ପେପର-୨(ସଂସ୍କୃତ ସାହିତ୍ୟମ୍‌), ମାର୍ଚ୍ଚ ୧୫ ତାରିଖରେ ପେପର-୧(ସଂସ୍କୃତ ବ୍ୟାକରଣ ଓ ଦର୍ଶନ), ମାର୍ଚ୍ଚ ୧୬ରେ ପେପର-୬(ସାଧାରଣ ବିଜ୍ଞାନ), ମାର୍ଚ୍ଚ ୧୭ରେ ପେପର-୩ (ପ୍ରୟୋଗାତ୍ମକ ସଂସ୍କୃତ), ମାର୍ଚ୍ଚ ୧୮ ତାରିଖରେ ପେପର-୭ (ସାମାଜିକ ବିଜ୍ଞାନ) ଓ ମାର୍ଚ୍ଚ ୨୦ ତାରିଖ ପେପର-୫(ଗଣିତ) ପରୀକ୍ଷା ଅନୁଷ୍ଠିତ କରାଯିବାକୁ ବୋର୍ଡ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ମଧ୍ୟମାରେ ଗଣିତ, ବିଜ୍ଞାନ, ସାମାଜିକ ବିଜ୍ଞାନ, ଇଂରାଜୀ ବିଷୟ ପରୀକ୍ଷାରେ ୩୦ ନମ୍ବର ସବ୍‌ଜେକ୍ଟିଭ୍ ଓ ୩୦ ନମ୍ବର ଅବ୍‌ଜେକ୍ଟିଭ୍ ଏହିପରି ମୋଟ ୬୦ ନମ୍ବର ପରୀକ୍ଷା ହେବ। ଅନ୍ୟ ବିଷୟରେ ୩୦ ମାର୍ଚ୍ଚ ସବ୍‌ଜେକ୍ଟିଭ୍ ଓ ୫୦ ନମ୍ବର ଅବ୍‌ଜେକ୍ଟିଭ୍ ପରୀକ୍ଷା କରାଯିବ ।

Leave A Reply

Your email address will not be published.