Latest Odisha News

BREAKING NEWS

ଓଡ଼ିଶା ଫେରିବ କଟରାରେ ପ୍ରାଣ ହରାଇଥିବା ୩ ତୀର୍ଥଯାତ୍ରୀଙ୍କ ମୃତ ଶରୀର

ଭୁବନେଶ୍ୱର: ଜମ୍ମୁ-କଶ୍ମୀର ସ୍ଥିତ ମା’ ବୈଷ୍ଣୋଦେବୀଙ୍କ ଦର୍ଶନ କରିବାକୁ ଯାଇଥିବାବେଳେ ୪ ଜଣ ଓଡ଼ିଆ ତୀର୍ଥଯାତ୍ରୀ ଜମ୍ମୁର କାତ୍ରାଠାରେ ସଡ଼କ ଦୁର୍ଘଟଣାର ଶିକାର ହୋଇଛନ୍ତି । ସେଥିମଧ୍ୟରୁ ୩ ଜଣ ଓଡ଼ିଆ ତୀର୍ଥଯାତ୍ରୀ ମୃତ୍ୟୁବରଣ କରିଛନ୍ତି । ମୃତ ତୀର୍ଥଯାତ୍ରୀ ହେଉଛନ୍ତି ସୁବର୍ଣ୍ଣପୁର ଜିଲ୍ଲାର ବିଚିତ୍ର କୁମାର ସାହୁ, ଯୋଗୀନ୍ଦ୍ର ମଟାରୀ ଏବଂ କବିତା ସାହୁ ।

ଚତୁର୍ଥ ତୀର୍ଥଯାତ୍ରୀ ସୁବର୍ଣ୍ଣପୁର ଜିଲ୍ଲାର ସ୍ନେହଲତା ମଟାରୀ ଯେ କି ଗୁରୁତର ଭାବେ ଆହତ ହୋଇ ଜାମ୍ମୁ ସ୍ଥିତ ଏକ ଚିକିତ୍ସାଳୟରେ ଚିକିତ୍ସିତ ହେଉଛନ୍ତି ।

ନୂଆଦିଲ୍ଲୀ ସ୍ଥିତ ଓଡ଼ିଶା ସରକାରଙ୍କ ମୁଖ୍ୟ ଆବାସିକ ଆୟୁକ୍ତଙ୍କ କାର୍ଯ୍ୟାଳୟ, ଓଡ଼ିଶା ପରିବାର ନିର୍ଦ୍ଦେଶାଳୟ ଓ ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନର ମିଳିତ ସହଯୋଗରେ ମୃତ୍ୟୁବରଣ କରିଥିବା ୩ଜଣ ତୀର୍ଥଯାତ୍ରୀଙ୍କ ମୃତ ଶରୀରକୁ ଓଡ଼ିଶାକୁ ଫେରାଇଆଣିବା ପାଇଁ ପଦକ୍ଷେପ ଗ୍ରହଣ କରାଯାଇଛି । ଏଥିସହ ଜାମ୍ମୁରେ ଚିକିତ୍ସିତ ହେଉଥିବା ଆହତ ତୀର୍ଥଯାତ୍ରୀଙ୍କୁ ସମସ୍ତ ପ୍ରକାର ସହଯୋଗ ପ୍ରଦାନ କରାଯାଉଛି ।

 

 

Comments are closed.