ବ୍ରହ୍ମପୁର:ଗୋପାଳପୁର ସମୁଦ୍ରରେ ବୁଧବାର ୪ଜଣ ସାଙ୍ଗ ଗାଧୋଉଥିବା ବେଳେ ଭାସି ଯାଇଥିଲେ । ସେମାନଙ୍କ ମଧ୍ୟରୁ ୩ଜଣ ଉଦ୍ଧାର ହୋଇଯାଇଥିଲେ । ଆଉ ଜଣେ ନିଖୋଜ ହୋଇଥିବା ବେଳେ ଆଉ ଜଣକଙ୍କ ଶବ ଗୁରୁବାର ମିଳିଛି। ମୃତକ ଜଣକ ହେଲେ କୁକୁଡ଼ାଖଣ୍ଡି ଅଞ୍ଚଳର ସଞ୍ଜୟ ଦାସ(୧୭)
ମିଳିଥିବା ସୂଚନା ଅନୁଯାୟୀ, କୁକୁଡ଼ାଖଣ୍ଡିର ୪ ଜଣ ସାଙ୍ଗ ମଦନ ମୋହନ ଦାସ, ଅଭିନାଶ ଦାସ, ଦୀପକ ନାୟକ ଏବଂ ସଞ୍ଜୟ ଦାସ ଗୋପାଳପୁର ବୁଲିବାକୁ ଆସି ସମୁଦ୍ରରେ ଗାଧୋଉଥିବା ବେଳେ ହଠାତ ଏକ ପ୍ରଖର ସ୍ରୋତରେ ଭାସି ଯାଇଥିଲେ । ବେଳାଭୂମିରେ ନିୟୋଜିତ ଲାଇଫ ଗାର୍ଡ ୩ଜଣଙ୍କୁ ଉଦ୍ଧାର କରିଥିଲେ । ଗୋପାଳପୁର ପୋଲିସ ଏବଂ ଲାଇଫ ଗାର୍ଡଙ୍କ ପକ୍ଷରୁ ବହୁ ଖୋଜାଖୋଜି ପରେ ମଧ୍ୟ ମିଳିନଥିଲେ । ଗୁରୁବାର ପାନ୍ଥନିବାସ ତଟସ୍ଥ ସମୁଦ୍ର କୂଳରେ ତାଙ୍କ ଶବ ଭାସୁଥିବା ଦେଖିବାକୁ ମିଳିଥିଲା। ଖବର ପାଇ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତାଙ୍କ ଶବକୁ ଜବତ କରିବା ପରେ ବ୍ୟବଚ୍ଛେଦ ପାଇଁ ବ୍ରହ୍ମପୁର ଏମକେସିଜି ମେଡ଼ିକାଲକୁ ପଠାଯାଇଥିବା ଗୋପାଳପୁର ଥାନା ଅଧିକାରୀ ଶ୍ରୀକାନ୍ତ ଖମାରୀ ସୂଚନା ଦେଇଛନ୍ତି। ଏ ନେଇ ଥାନାରେ ଏକ ମାମଲା ରୁଜୁ କରାଯାଇଛି।
BREAKING NEWS
- Health Minister Accuses Opposition: ନିଜ ଜିଦରେ ଅଟଳ ବିରୋଧୀ…ବର୍ଷିଲେ ସ୍ୱାସ୍ଥ୍ୟମନ୍ତ୍ରୀ…ଆଜି ବି ଅଚଳାବସ୍ଥା…
- Odisha Weather Alert: ଆହୁରି ୪ ଦିନ କାଳବୈଶାଖୀ ବର୍ଷା, ୫୦ କିମି/ଘଣ୍ଟା ବେଗରେ ବହିବ ପବନ
- ମଧ୍ୟପ୍ରାଚ୍ୟରେ ୮ ଭାରତୀୟଙ୍କ ମୃତ୍ୟୁ, ଜଣେ ନିଖୋଜ: ଫେରିଲା ୫୫ ଲକ୍ଷ
- ଗ୍ୟାସ ସିଲିଣ୍ଡର୍ କଳାବଜାରୀ ରୋକିବାକୁ ପ୍ରଶାସନ ପକ୍ଷରୁ ଚଢ଼ାଉ
- ସରକାରଙ୍କ ବଡ଼ ଆଶ୍ୱାସନା: ଆହାର କେନ୍ଦ୍ରକୁ ଜାରି ରହିବ ଗ୍ୟାସ୍ ଯୋଗାଣ
- ଗୋରୁ ଗାଡ଼ି ଅଟକାଇବା ବେଳେ ଗଲା ଗୋରକ୍ଷକଙ୍କ ଜୀବନ
- କୁଏତ ତେଲ ଟ୍ୟାଙ୍କର ଉପରେ ଇରାନର ଆକ୍ରମଣ
- ପଣ୍ଡିତ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ପ୍ରକଳ୍ପ ଅଟକଳ ବଢାଇବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ
- Aahar scheme:‘ଆହାର’ ଯୋଜନାକୁ ବାଧାହୀନ ଭାବେ ଚାଲୁ ରଖିବା ପାଇଁ ନିଆଗଲା ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ
- Supply of essential goods: ଏନ୍ଫୋର୍ସମେଣ୍ଟ ସ୍କ୍ବାଡ୍ ୨୪ ଘଣ୍ଟିଆ ସଜାଗ ରହନ୍ତୁ,ଜିଲ୍ଲାପାଳମାନେ ମାର୍କେଟ ସ୍ଥିତି ଅନୁଧ୍ୟାନ କରନ୍ତୁ: ମୁଖ୍ୟମନ୍ତ୍ରୀ
Comments are closed.