Latest Odisha News

ଇନ୍ଦ୍ରାବତୀ ଉଠା ଜଳସେଚନ କେନାଲରୁ କନିଷ୍ଠ ଯନ୍ତ୍ରୀଙ୍କ ମୃତଦେହ ଉଦ୍ଧାର

ଧର୍ମଗଡ଼: କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ ଇନ୍ଦ୍ରାବତୀ ଉଠା ଜଳସେଚନ କେନାଲରୁ କନିଷ୍ଠ ଯନ୍ତ୍ରୀଙ୍କ ମୃତଦେହ ଉଦ୍ଧାର କରାଯାଇଛି । ମୃତ କନିଷ୍ଠ ଯନ୍ତ୍ରୀ ହେଲେ ଭବାନୀଶଙ୍କର ମହନ୍ତ।

ଗତକାଲି ଭବାନୀଶଙ୍କର ଅଫିସ ଯାଇ ଘରକୁ ଫେରିନଥିଲେ। ଆଜି ସକାଳ ୧୦ଟା ସମୟରେ କେନାଲରେ ତାଙ୍କର ମୃତ ଦେହ ଭାସୁଥିବା ଦେଖିବାକୁ ମିଳିଥିଲା ।କେନାଲ ନିକଟରେ ତାଙ୍କ ବାଇକ ସହ ବାଇକ ଭାଇଜର ରେ ପର୍ସ, ଆଧାର କାର୍ଡ ଓ କିଛି କାଗଜପତ୍ର ରହିଛି। ସେ କୁସୁମଖୁଣ୍ଟି ଡିଭିଜନରେ କାମ କରୁଥିଲେ।ତେବେ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଥିବାବେଳେ ଘଟଣାସ୍ଥଳରେ ପୋଲିସ ଓ ଅଗ୍ନିଶମ ବିଭାଗ କର୍ମଚାରୀ ପହଂଚି ତଦନ୍ତ ଆରମ୍ଭ କରିଛନ୍ତି।

 

Comments are closed.