Latest Odisha News

BREAKING NEWS

ରେଳ ଟ୍ରାକରୁ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର

ଭୁବନେଶ୍ୱର: ଭୁବନେଶ୍ୱରର ପଟିଆ ରେଳ ଷ୍ଟେସନ ଟ୍ରାକରୁ ଗୁରୁବାର ଦିନ ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯଶଇଛି ।

ଜିଆରପି ପୋଲିସ ମୃତଦେହକୁ ଉଦ୍ଧାର କରିବା ସହିତ ଏକ ଅପମୃତ୍ୟୁ ମାମଲା ରୁଜୁ କରିଥିବା ସୂଚନା ମିଳିଛି ।

ପ୍ରାପ୍ତ ସୂଚନା ଅନୁଯାୟୀ, ବ୍ୟବଚ୍ଛେଦ ପାଇଁ ମୃତଦେହକୁ କ୍ୟାପିଟାଲ୍ ହସ୍ପିଟାଲକୁ ପଠାଯାଇଛି । ସମ୍ପୃକ୍ତ ବ୍ୟକ୍ତିଙ୍କର ବୟସ ୩୦ରୁ ୩୫ ବର୍ଷ ହୋଇଥିବା ଅନୁମାନ କରାଯାଉଥିବା ବେଳେ ମୃତ୍ୟୁର କାରଣ ଜଣାପଡିନାହିଁ ।

ତେବେ ଟ୍ରେନ୍ ଧକ୍କା ଯୋଗୁଁ ମୃତ୍ୟୁ ହୋଇଥିବା ନେଇ ପ୍ରାଥମିକ ତଦନ୍ତରୁ ଜଣାପଡିଛି ।

Leave A Reply

Your email address will not be published.