ଭୁବନେଶ୍ୱର : ରାଜଧାନୀରେ ବଢିବାରେ ଲାଗିଛି ଆତ୍ମହତ୍ୟା ଘଟଣା । ଭୁବନେଶ୍ୱର ଚନ୍ଦ୍ରଶେଖରପୁର ଅଞ୍ଚଳରେ ଜଣେ ମହିଳା ଆତ୍ମହତ୍ୟା କରିଛନ୍ତି ।
ମୃତ ମହିଳା ହେଉଛନ୍ତି ପ୍ରିୟଙ୍କା ରାୟ ସାମନ୍ତ । ଚନ୍ଦ୍ରଶେଖରପୁର ଅଞ୍ଚଳରେ ଭଡ଼ାରେ ରହୁଥିଲେ । ତାଙ୍କ ଘର ଢ଼େଙ୍କାନାଳ ଅଞ୍ଚଳରେ ବୋଲି ଜଣାପଡିଛି ।
ତେବେ ସୂଚନା ଅନୁଯାୟୀ, ୮ ବର୍ଷ ତଳେ ପ୍ରିୟଙ୍କା ଖୋର୍ଦ୍ଧାର ରତୀକ ଦାଶଙ୍କୁ ବିବାହ କରିଥିଲେ। ସ୍ବାମୀ ଓ ୨ ଛୁଆଙ୍କ ସହ ଚନ୍ଦ୍ରଶେଖରପୁର ଅଞ୍ଚଳରେ ଭଡ଼ାରେ ରହୁଥିବାବେଳେ ଆଜି ତାଙ୍କ ମୃତଦେହ ଭଡ଼ା ଘରୁ ଉଦ୍ଧାର ହୋଇଛି।
ପାରିବାରିକ କଳହ ଯୋଗୁଁ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି । ଘଟଣାସ୍ଥଳରେ ଚନ୍ଦ୍ରଶେଖରପୁର ପୋଲିସ ପହଞ୍ଚି ମୃତଦେହ ଉଦ୍ଧାର କରିବା ସହ ତଦନ୍ତ ଆରମ୍ଭ କରିଛି।
Comments are closed.