ବଲାଙ୍ଗିର : ଭିଜିଲାନ୍ସ ଜାଲରେ ମୁରିବାହାଲ ଏବିଇଓ । ଏକ ପୁରୁଣା କେସକୁ ରଫାଦଫା କରିବାକୁ ଲାଞ୍ଚ ନେଉଥିବା ବେଳେ କାବୁ କରିଛି ଭିଜିଲାନ୍ସ । ସୂଚନା ଅନୁସାରେ, ମୁରିବାହାଲ ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ ଏବିଇଓ ଦେବରାଜ ଦାସ ଚାଉଳଫୁଗୁଡା ପ୍ରାଥମିକ ବିଦ୍ୟାଳୟର ଅତିରିକ୍ତ ପ୍ରଧାନ ଶିକ୍ଷକ ବୈଧୂତ ସାହୁଙ୍କ ଠାରୁ ୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାବୁଡ଼ରେ ପଡିଛନ୍ତି । ୨୦୧୯ରେ ଏକ ପ୍ରୋସେଡିଂ ରଫାଦଫା କରିବାକୁ ଟଙ୍କା ମାଗୁଥିଲେ ଏବିଇଓ ଦେବରାଜ ଦାସ । ବାରମ୍ବାର ଟଙ୍କା ମାଗିବା ସହ ମାନସିକ ନିର୍ଯାତନା ଦେଉଥିଲେ ଏବିଇଓ । ଶେଷରେ ବାଧ୍ୟହୋଇ ଅତିରିକ୍ତ ପ୍ରଧାନ ଶିକ୍ଷକ ବୈଧୂତ ସାହୁ ଏନେଇ ଭିଜିଲାନ୍ସକୁ ଜଣାଇଥିଲେ । ଯୋଜନା ଅନୁସାରେ, ଆଜି ଏବିଇଓ ୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଗିରଫ କରିଥିଲା ଭିଜିଲାନ୍ସ ।
BREAKING NEWS
- ଡ୍ୟୁଟି ବେଳେ ହୋମଗାର୍ଡଙ୍କ ମୃତ୍ୟୁ
- ISRO ଉତ୍କ୍ଷେପଣ କଲା PSLV-C62 ରକେଟ୍ ‘ଅନ୍ୱେଷା’
- Rourkela Plane Crash: ବିମାନ ଦୁର୍ଘଟଣାସ୍ଥଳ ଅନୁଧ୍ୟାନ କଲେ ପରିବହନ ମନ୍ତ୍ରୀ, କହିଲେ ଭଗବାନ ଆମକୁ ରକ୍ଷା କରିଦେଲେ…
- ନିଜକୁ ‘ଭେନେଜୁଏଲାର କାର୍ଯ୍ୟକାରୀ ରାଷ୍ଟ୍ରପତି’ କହିଲେ ଡୋନାଲ୍ଡ ଟ୍ରମ୍ପ, ନିଜ ପୋଷ୍ଟରେ କଲେ ଦାବି…
- Weather Update: ୧୩ ଓ ୧୪ରେ ତଳମୁହାଁ ହେବ ପାରଦ, ଓଡ଼ିଶାକୁ ପୁଣି ଥରାଇବ ଶୀତ
- Suspicious Drones: ଏଲଓସିରେ ଦେଖାଗଲା ପାକିସ୍ତାନୀ ଡ୍ରୋନ୍, ହାଇଆଲର୍ଟରେ ସୁରକ୍ଷା ବାହିନୀ
- ଜଳିଗଲା ୨୦ରୁ ଅଧିକ ବାଇକ୍,ପୋଲିସ କରିଥିଲା ସିଜ୍
- ରେଳଷ୍ଟେସନରୁ ୫ ଆନ୍ତଃରାଜ୍ୟ ଚାଲାଣକାରୀ ଗିରଫ,ଗଞ୍ଜେଇ ଜବତ
- ଉଦୟଗିରିରେ ଅର୍ନ୍ତଜାତୀୟ ବୌଦ୍ଧ ସମ୍ମିଳନୀ ଉଦଘାଟିତ, ଦେଶ ବିଦେଶରୁ ଆସିଛନ୍ତି ୧୭୦୦ରୁ ବୌଦ୍ଧ ଧର୍ମାବଲମ୍ବୀ
- Cyber Fraud Busted: ପୋଲିସ ହାତରେ ଧରାପଡିଲେ ୧୨ ଆନ୍ତଃରାଜ୍ୟ ସାଇବର ଲୁଟେରା
Comments are closed.