Latest Odisha News

BREAKING NEWS

ମର୍ମନ୍ତୁଦ ସଡକ ଦୁର୍ଘଟଣା, ଅଜଣା ଗାଡି ଧକ୍କାରେ ଚାଲିଗଲା ୮ ଜଣଙ୍କ ଜୀବନ

ଇନ୍ଦୋର: ମର୍ମନ୍ତୁଦ ସଡକ ଦୁର୍ଘଟଣା । ଅଜଣା ଗାଡି ଧକ୍କାରେ ଚାଲିଗଲା ୮ ଜଣଙ୍କ ଜୀବନ । ଅହମ୍ମଦାବାଦ୍ ଏନଏଚ୍ ଘାଟବିଲୋଡ୍ ନିକଟରେ ଘଟିଛି ଏହି ଦୁର୍ଘଟଣା । ଅଜଣା ଗାଡ଼ି ଧକ୍କାରେ କାର୍‌ରେ ଥିବା ୮ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ଅଛନ୍ତି । ମୃତକଙ୍କ ମଧ୍ୟରେ ଜଣେ ମହିଳା ଅଛନ୍ତି । ଘଟଣା ସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ପୋଲିସ ସୂଚନା ଅନୁସାରେ, ପିଏସ ବେତୱା ସୀମାରେ ଥିବା ଇନ୍ଦୋର-ଅହମ୍ମଦାବାଦ ହାଇୱେ ଘଟିଛି ଏହି ଦୁର୍ଘଟଣା । ଗୁନା ଯାଉଥିବା ଏକ ଏସୟୁଭି କାରକୁ ଏକ ଅଜଣା ଗାଡି ଧକ୍କା ଦେଇଥିଲା । ଫଳରେ ଘଟଣାସ୍ଥଳରେ କାର ଥିବା ୯ ଜଣଙ୍କ ମଧ୍ୟରୁ ୮ ଜଣଙ୍କର ମୃତ୍ୟୁ ହୋଇଛି । ସେହିପରି ଜଣଙ୍କ ଅବସ୍ଥା ଗୁରୁତର ରହିଛି । ଖବର ପାଇ ଘଟଣାସ୍ଥଳରେ ପୋଲିସ ଓ ଉଦ୍ଧାରକାରୀ ଦଳ ପହଞ୍ଚି ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଥିବା ବେଳେ ଗୁରୁତରଙ୍କୁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ତେବେ ଦୁର୍ଘଟଣା ଘଟାଇ ଘଟଣାସ୍ଥଳରୁ ଅଜଣା ଗାଡିର ଡ୍ରାଇଭର ଗାଡି ନେଇ ଫେରାର ହୋଇଯାଇଛି । ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି ।

Leave A Reply

Your email address will not be published.