Latest Odisha News

BREAKING NEWS

ହସ୍ପିଟାଲରେ ଭର୍ତ୍ତି ହେଲେ ବଲିଉଡ ଅଭିନେତା ସଂଜୟ ଦତ୍ତ

ମୁମ୍ବାଇ: ବଲିଉଡ ଅଭିନେତା ସଂଜୟ ଦତ୍ତ ଆଜି ମୁମ୍ବାଇର ଲୀଲାବତୀ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ନିଶ୍ୱାସ ପ୍ରଶ୍ୱାସ ନେବାରେ କଷ୍ଟ ଅନୁଭବ କରିବାରୁ ତାଙ୍କୁ ଡାକ୍ତରଖାନାକୁ ଅଣାଯାଇଛି । ତାଙ୍କୁ ପ୍ରଥମେ ଆଇସିୟୁରେ ଭର୍ତ୍ତି କରାଯାଇଥିଲେ ସୁଦ୍ଧା ତାଙ୍କ ସ୍ୱାସ୍ଥ୍ୟବସ୍ଥା ସ୍ଥିର ଥିବା ଡାକ୍ତର କହିଛନ୍ତି ।

ହସ୍ପିଟାଲରେ କୋଭିଡ ଟେଷ୍ଟ ରିପୋର୍ଟ ନେଗେଟିଭ୍ ଆସିଛି । ରାପିଡ୍ ଆଣ୍ଟିଜେନ ଟେଷ୍ଟ ରିପୋର୍ଟ ମଧ୍ୟ ନେଗେଟିଭ୍ ଆସିଛି । ବର୍ତ୍ତମାନ ତାଙ୍କ ସ୍ୱାବ ନମୁନା ସଂଗ୍ରହ କରାଯାଇ ଟେଷ୍ଟ ପାଇଁ ପଠାଯାଇଥିବା ହସ୍ପିଟାଲ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି ।

Leave A Reply

Your email address will not be published.