ମୁମ୍ବାଇ: ବଲିଉଡରେ ଗୋଟିଏ ଯୁଗର ଅବସାନ ହୋଇଛି । ଆଉ ନାହାନ୍ତି ବର୍ଷୀୟାନ ଅଭିନେତା ଦିଲ୍ଲୀପ କୁମାର । ଆଜି ୯୮ ବର୍ଷ ବୟସରେ ତାଙ୍କର ପରଲୋକ ହୋଇଛି । ଚିକିତ୍ସାଧୀନ ଅବସ୍ଥାରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ଗତ ୩୦ ତାରିଖରେ ନିଶ୍ୱାସ ପ୍ରଶ୍ୱାସ ନେବାରେ କଷ୍ଟ ଅନୁଭବ କରିବାକୁ ତାଙ୍କୁ ହିନ୍ଦୁଜା ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଥିବା ସୂଚନା ଦେଇଥିଲେ ପତ୍ନୀ ସାଇରା ବାନୁ । କିନ୍ତୁ ଆଜି ସମସ୍ତଙ୍କୁ କନ୍ଦେଇ ଚାଲିଗଲେ ବଲିଉଡର ଟ୍ରାଜେଡି କିଙ୍ଗ । ତାଙ୍କ ବିୟୋଗରେ ସ୍ତବ୍ଧ ହୋଇଛି ବଲିଉଡ୍ ।

ଦୀର୍ଘ ୬ ଦଶନ୍ଧି ଧରି ଅଭିନୟ ଯାଦୁରେ ଦର୍ଶକଙ୍କ ହୃଦୟରେ ଘର କରିଥିଲେ ଦିଲ୍ଲୀପ କୁମାର । ୧୯୪୪ ମସିହାରୁ ଅଭିନୟ ଦୁନିଆରେ ପାଦ ଥାପିଥିଲେ ଦିଲ୍ଲୀପ କୁମାର । ଅନେକ ସୁପରହିଟ୍ ଫିଲ୍ମରେ ଅଭିନୟ କରିଛନ୍ତି । ତାଙ୍କର ପ୍ରଥମ ଫିଲ୍ମ ଥିଲା ଜୁଆର ଭଟ୍ଟା । ତାପରଠୁ ଆଉ ପଛକୁ ଫେରି ଚାହିଁ ନଥିଲେ ।
‘ମୁଗଲ-ଇ-ଆଜମ’, ‘ଦେବଦାସ’, ‘ନୟା ଦୌର’, ‘ରାମ ଔର ଶ୍ୟାମ’, ‘କ୍ରାନ୍ତି’, ‘ଗଙ୍ଗା ଯମୁନା’, ‘କର୍ମା’ ଭଳି ଅନେକ ସୁପର ଡୁପର ହିଟ୍ ଫିଲ୍ମ କରିଥିଲେ । ପାଖିପାଖି ୬୫ରୁ ଅଧିକ ଫିଲ୍ମରେ ଅଭିନୟ କରିଛନ୍ତି ଦିଲ୍ଲୀପ କୁମାର । ୧୯୯୮ରେ ରିଲିଜ ‘କିଲା’ ଥିଲା ତାଙ୍କ ଅଭିନୀତ ଶେଷ ଫିଲ୍ମ । ସେ ଆଜି ନାହାନ୍ତି ସତ, କିନ୍ତୁ ତାଙ୍କର ଅପାସୋରା ଅଭିନୟ ସବୁବେଳେ ତାଙ୍କୁ ଦର୍ଶକଙ୍କ ହୃଦୟରେ ଅମର କରି ରଖିବ । ମନେ ରହିବେ ଟ୍ରାଜେଡି କିଙ୍ଗ ।
BREAKING NEWS
- Union Budget 2026:ଏହା ଦରଦାମ୍ ବଢାଇବ ଓ ବେକାରୀ ସମସ୍ୟା ବୃଦ୍ଧି କରିବ…ବଜେଟକୁ ନେଇ କହିଲେ କେଜରିୱାଲ
- Dzukou valley: ମଣିପୁର ଜଙ୍ଗଲରେ ନିଆଁ;ବାୟୁସେନାର ହେଲିକପ୍ଟର ୪୦ହଜାର ଲିଟର ପାଣିର କଲାଣି ବର୍ଷା
- Ganja Seized: ୮୦ କେଜି ଗଞ୍ଜେଇ ଜବତ, ବନ୍ଧାହେଲା ଅଭିଯୁକ୍ତ
- Sushila Tiriya: ପୂର୍ବତନ ସାଂସଦ ସୁଶୀଳା ତିରିଆଙ୍କ ପରଲୋକ
- Budget 2026: ଜନଜାତିଙ୍କ କଲ୍ୟାଣ ପାଇଁ ଏକ ପରିବର୍ତ୍ତନଶୀଳ ବଜେଟ୍…ଓଡ଼ିଶାକୁ ଲାଭବାନ କରିବ: ଜୁଏଲ ଓରାମ
- Builder: ବିଲଡର ସଂସ୍ଥା ମାଲିକ ଗିରଫ; ଲକ୍ଷାଧିକ ଟଙ୍କା ଠକେଇ ଅଭିଯୋଗ
- ଟି୨୦ ବିଶ୍ୱକପ: ଭାରତ ସହ ଖେଳିବନି ପାକିସ୍ତାନ
- ଦିଗହୀନ ବଜେଟ୍; କେନ୍ଦ୍ରୀୟ ବଜେଟ୍ ୨୦୨୬କୁ କଡ଼ା ସମାଲୋଚନା କଲେ ବିରୋଧୀ ନେତା…
- ଟି୨୦ରେ କୋହଲିଙ୍କ ରେକର୍ଡ ଭାଙ୍ଗିଲେ ବାବର
- Violence in Balochistan: ବେଲୁଚିସ୍ତାନ ପ୍ରସଙ୍ଗରେ ପାକ୍ କୁ କଡ଼ା ଜବାବ ଦେଲା ଭାରତ; ଆଭ୍ୟନ୍ତରୀଣ ବିଫଳତାରୁ ଧ୍ୟାନ ହଟାଇବାର ପ୍ରୟାସ
Comments are closed.