Latest Odisha News

BREAKING NEWS

Bomb blast: ରାଜଧାନୀରେ ଫୁଟିଲା ବୋମା: ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଆକ୍ରମଣ

ଭୁବନେଶ୍ୱର: ରାଜଧାନୀରେ ଫୁଟିଲା ବୋମା। ଭୁବନେଶ୍ୱର ଫୁଲେଶ୍ୱରି ବସ୍ତିରେ ବୋମାମାଡ଼ ହୋଇଥିବା ସୂଚନା। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବୋମାମାଡ ହୋଇଥିବା ସନ୍ଦେହ କରାଯାଉଛି। ଫୁଲେଶ୍ୱରି ବସ୍ତିର ଏକ କ୍ଳବ୍ ଘର ଉପରକୁ ଦୃର୍ବୁତ୍ତ ମାନେ ବୋମା ମାଡ କରିଥିଲେ। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବୋମାମାଡ ହୋଇଥିବା ଅନୁମାନ କରିଛନ୍ତି ସ୍ଥାନୀୟ ଲୋକ।

ସୂଚନା ଅନୁସାରେ ଉକ୍ତ ଅଞ୍ଚଳରେ ହଠାତ୍ ପ୍ରଚଣ୍ଡ ଶବ୍ଦ ହେବାରୁ ଲୋକମାନେ ଆତଙ୍କିତ ହୋଇ ପଡ଼ିଥିଲେ। ଘଟଣାସ୍ଥଳରେ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି। ପରେ ଘଟଣା ସ୍ଥଳରେ ଭରତପୁର ଥାନା ପୋଲିସ୍ ପହଞ୍ଚି ଛାନଭିନ ଆରମ୍ଭ କରିଛି।

ସୂଚନାଥାଉକି ଭରତପୁର ପଣ୍ଡା କୁଦିଆ ବସ୍ତିରେ ବୋମା ଫୁଟିବା ଘଟଣାକୁ ମାତ୍ର କିଛି ଦିନ ବିତିଥିବା ବେଳେ, ପୁଣି ଗତକାଲି ବିଳମ୍ୱିତ ରାତିରେ ଭୁବନେଶ୍ୱର ଫୁଲେଶ୍ୱରି ବସ୍ତିରେ ବୋମା ମାଡ଼ ହୋଇଛି ।

 

Comments are closed.